• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ଟାରୁ ଖୋଲିବ ସ୍କୁଲ, ସ୍ବାଭାବିକ ଭାବେ ଚାଲିବ ପାଠପଢ଼ା

by Voice of Victims
June 23, 2024
in ମୁଖ୍ୟ ଖବର, ରାଜ୍ୟ
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ଟାରୁ ଖୋଲିବ ସ୍କୁଲ, ସ୍ବାଭାବିକ ଭାବେ ଚାଲିବ ପାଠପଢ଼ା

ଭୁବନେଶ୍ୱର: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ। ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି ଅର୍ଥାତ ଜୁନ ୨୪ ସୋମବାର ଠାରୁ ସାରା ରାଜ୍ୟରେ ଦିନ ୧୦ଟା ରୁ ଖୋଲିବ ସ୍କୁଲ । ଆଉ ସକାଳୁଆ ସ୍କୁଲ କିମ୍ବା ଛୁଟି ବୃଦ୍ଧି ପାଇବ ନାହିଁ । ସୂଚନାଯୋଗ୍ୟ, ପୂର୍ବରୁ ଭୀଷଣ ଖରା ଏବଂ ପ୍ରବଳ ଗୁଳୁଗୁଳି ପାଇଁ ରାଜ୍ୟ ସରକାର ଛୁଟି ବଢାଇଥିଲେ। କିଛି ଜିଲାରେ ସକାଳୁଆ ସ୍କୁଲ ଓ ଆଉ କିଛି ଜିଲାରେ ଛୁଟିକୁ ବଢାଇଥିଲେ ଜିଲାପାଳ । ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲାପାଳ ସ୍କୁଲ ଖୋଲିବା ସମ୍ବନ୍ଧୀୟ ନିଷ୍ପତ୍ତି ନେଇଥିଲେ।

Post Views: 38
Tags: Public Education Minister's big announcement: Schools will open from 10 am
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In