• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ

by Voice of Victims
March 2, 2024
in ରାଜ୍ୟ
ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ

ରଣପୁର (ଭିଓଭି) : ନୟାଗଡ ଜିଲ୍ଲା ରଣପୁର ବ୍ଲକର ଗୋପାଳପୁର ସର୍କଲରେ ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା, ସମ୍ମାନିତ ଅତିଥି ଭାବେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘ ସଂଯୋଜକ ତଥା ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଭାପତି ଜ୍ୟୋତି ରଞ୍ଜନ ଦାଶ, ଜିଲ୍ଲା ସମ୍ପାଦକ ଭକ୍ତ ରଞ୍ଜନ ମିଶ୍ର, ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଗଠନର କୋଷାଧକ୍ଷ ହେମନ୍ତ କୁମାର ମିଶ୍ର, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ଗୋପାଳପୁର ସର୍କଲ ସଭାପତି ନୀଳମଣି ବେହେରା, ସମ୍ପାଦକ ମହେନ୍ଦ୍ର କୁମାର ସୁବୁଦ୍ଧି ପ୍ରମୁଖ ଯୋଗ ଦେଇଥିଲେ |

ଅତିଥିମାନେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଧୂପ ଦୀପ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ | ନୀଳକଣ୍ଠ ଦେବ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରିଥିଲେ | ପ୍ରାୟ ୧୯୫୦ ମସିହାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଶିକ୍ଷକତା କରି ପିଲାମାନଙ୍କୁ ଶିକ୍ଷା ଦାନ କରି ଅବସର ନେଇ ଥିବା ୭୫ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଫୁଲ, ଚନ୍ଦନ, ଉପଢୌକନ ଓ ପୁଷ୍ପ ମାଳ ଦେଇ ପୂଜା କରାଯାଇଥିଲା | ପୂଜ୍ୟ ପୂଜାର ପରମ୍ପରାକୁ ବଜାୟ ରଖିଥିବା ଗୋପାଳପୁର ସର୍କଲର ଶିକ୍ଷକମାନଙ୍କୁ ଅବସର ନେଇଥିବା ଶିକ୍ଷକମାନେ ଧନ୍ୟବାଦ ଜଣାଇ ଥିଲେ |

Post Views: 45
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In