• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

by Voice of Victims
June 28, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର: ଆଜି ଅପରାହ୍ନରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ସର୍କିଟ ହାଉସ ଠାରେ ପହଞ୍ଚି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଜିଲ୍ଲାପାଳ ଓ ଏସପି ଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁ ମାନଙ୍କ ଗାଡି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ବିଭିନ୍ନ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତ ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥି ମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ। ସିଂହଦ୍ବାର ଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁ ମାନେ ସୁବିଧାରେ ରହି ମହାପ୍ରଭୁ ଙ୍କୁ ଦର୍ଶନ କରିବେ ଓ ରଥ ଟାଣିବେ ସେଥିନେଇ ମନ୍ତ୍ରୀ ତାହାର ଅନୁଧ୍ୟାନ କରିଥିଲେ। ଗଣମାଧ୍ୟମ କୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ “ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଭାବେ କରାଯାଉଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ ଭାବେ କରିବା ପାଇଁ ରଥଯାତ୍ରା ପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ।” ଏହି ପରିଦର୍ଶନରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସପି ପିନାକ ମିଶ୍ର, ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ କୁମାର ସାହୁ, ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

Post Views: 46
Share200Tweet125Send
Voice of Victims

Voice of Victims

Recent Posts

  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
  • ଆଜି ଅଶୋକାଷ୍ଟମୀ, ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ
  • ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ, ଛାରଖାର ହୋଇଗଲା ମହୋତ୍ସବ ଲାଗି ପଡ଼ିଥିବା ଷ୍ଟଲ୍
  • ଘଡଘଡି , ବିଜୁଳି ସାଙ୍ଗକୁ କୁଆପଥର ବର୍ଷା
  • କଳସଯାତ୍ରା ରୁ ଆରମ୍ଭ ହେଲା ଶ୍ରୀରାମ ନବମୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In