• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ଆଜି ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ

by Voice of Victims
July 14, 2024
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆଜି ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ

ଭୁବନେଶ୍ବର: ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦି ଆଡ଼ପମଣ୍ଡପରୁ ସୋମବାର ବାହୁଡ଼ିବେ ଦାରୁବିଗ୍ରହ । ଏନେଇ ରଥ ପ୍ରସ୍ତୁତ । ପଥ ମଧ୍ୟ ପ୍ରସ୍ତୁତ । ଆସନ୍ତାକାଲି ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିବେ ମହାପ୍ରଭୁ । ଶ୍ରୀଜୀଉଙ୍କୁ ନେଇ ଆସିବା ପାଇଁ ନାକଚଣା ଦ୍ୱାର ଆଗରେ ପ୍ରସ୍ତୁତ ହୋଇ ଠିଆ ହୋଇଛି ତିନି ରଥ । ସେବାୟତମାନେ ଉତ୍କଣ୍ଠାର ସହ ମହାପ୍ରଭୁ ରଥକୁ ବିଜେ କରିବେ ବୋଲି ଚାହିଁରହିଛନ୍ତି । ସେହିପରି ଭକ୍ତମାନେ ମଧ୍ୟ ତାଙ୍କର ପ୍ରିୟ କାଳିଆ ସାଆନ୍ତେଙ୍କୁ ରଥରେ ବସାଇ ରଥ ଟାଣିବାକୁ ବ୍ୟାକୁଳ ରହିଛନ୍ତି । ବିଜେଆସନ୍ତାକାଲି ବଡ଼ଭାଇ ବଳଭଦ୍ର ଓ ଉଭଣୀ ସୁଭଦ୍ରାଙ୍କୁ ଧରି ଶ୍ରୀମନ୍ଦିର ଫେରିବେ ଶ୍ରୀଜଗନ୍ନାଥ । ବାହୁଡ଼ାଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସବୁପ୍ରକାରର ବ୍ୟବସ୍ଥା ହୋଇଛି । ବାହୁଡ଼ା ଯାତ୍ରା ପାଇଁ ଆଜି ସନ୍ଧ୍ୟାଦର୍ଶନ ନୀତିକାନ୍ତିକୁ ସଂକୁଚିତ କରାଯାଇଥିଲା । ସନ୍ଧ୍ୟା ୫ଟା ପରେ ମନ୍ଦିର ଶୋଧ କରାଯାଇ ଆରମ୍ଭ ହୋଇଛି ବାହୁଡ଼ା ପ୍ରସ୍ତୁତି । ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଯାଇଛି । ସୋମବାର ଭୋର୍ ୪ଟାରେ ମଙ୍ଗଳ ଆଳତି, ୪.୧୫ରେ ମଇଲମ୍‌, ୪.୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫.୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ୱାରପାଳ ପୂଜା ଓ ବେଶଶେଷ ହୋଇ ସକାଳ ୫.୪୫ ରୁ ୬.୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ ଲାଗିବ । ସକାଳ ୭ଟାରୁ ୧୧.୩୦ ସେନାପଟା ଲାଗି, ୧୧.୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ଣ ୧ଟା ରୁ ୨.୩୦ ମଧ୍ୟରେ ବେଶଶେଷ, ଅପରାହ୍ଣ ୨.୩୦ରୁ ୩.୩୦ ଛେରାପହଁରା, ଅପରାହ୍ଣ ୩ଟା ରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡା ଲାଗି ସହ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଅନ୍ୟପଟେ ଆସନ୍ତା କାଲି ବାହୁଡ଼ା ଯାତ୍ରା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏସପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In