ଭୁବନେଶ୍ୱର : ୨୦ ଯାଏ ବର୍ଷା । ଓଡ଼ିଶା ଉପରେ ସକ୍ରିୟ ରହୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ରାଜ୍ୟରେ ଆହୁରି ୪ ଦିନ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷ ସମ୍ଭାବନା ରହିଛି। ଆଜି ପୁରା ରାଜ୍ୟକୁ ଆଲର୍ଟ ଜାରି କରାଯାଇଛି ।
ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। ବାକି ୨୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବାପାରେ । ସେହିପରି ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ପାଇଁ ୨୦ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
