• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହ: ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ- ମୁଖ୍ୟମନ୍ତ୍ରୀ

by Voice of Victims
November 27, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହ: ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇ ପାରିବେ ବୋଲି ଆଜି ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ଅବସରରେ ଭୁବନେଶ୍ୱର ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଗ୍ନିଯୋଦ୍ଧା ମାନଙ୍କୁ ନୂତନ ଦାୟିତ୍ୱ ନେଇଥିବାରୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଜନସାଧାରଣଙ୍କ ସେବା କରିବା ପାଇଁ ଓ ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆପଣମାନଙ୍କୁ ଆଜି ସୁଯୋଗ ମିଳିଛି। ମଣିଷ ଜୀବନ ବଞ୍ଚାଇବା ଏକ ମହାପୂଣ୍ୟ। ଦରମା ତ ପ୍ରତ୍ୟେକ କର୍ମଚାରୀ ପାଉଛନ୍ତି, କିନ୍ତୁ ଜୀବନ ରକ୍ଷାକରି ପୂଣ୍ୟ ଅର୍ଜନ କରିବାର ସୁଯୋଗ ସମସ୍ତଙ୍କୁ ମିଳେ ନାହିଁ । ସମାଜର ପ୍ରଶଂସା ଓ ସମ୍ମାନ ଆପଣଙ୍କ ଜୀବନର ସବୁଠାରୁ ବଡ ସଫଳତା ହେବ। ଆପଣମାନଙ୍କର କାର୍ଯ୍ୟ କ୍ଷେତ୍ରରେ ସୁନାମ ରାଜ୍ୟକୁ ସୁରକ୍ଷିତ କରି ରଖିବ। ସେ ପୁଣି କହିଥିଲେ ଯେ, ରାଜ୍ୟରେ ମୋଟ ୩୮୩୨ଟି ଆଗ୍ନିକ ଓ ୩୮୭ଟି ପଦବୀ ରହିଛି। ଆଜି ଖାଲି ଥିବା ୮୨୬ଟି ଆଗ୍ନିକ ଓ ୧୧୫ଟି ଆଗ୍ନିକ ଗାଡିଚାଳକ ପଦବୀ ପୂରଣ ହେଲା। ଗୋଟିଏ ଦିନରେ ସମ୍ପୂର୍ଣ୍ଣ ପଦବୀ ସଂଖ୍ୟାର ୨୨ ଭାଗ ପଦବୀ ପୂରଣ କରାଗଲା। ରାଜ୍ୟରେ ସରକାରୀ ପଦବୀ ଖାଲି ରହିଲେ, ଏହାର ପ୍ରଭାବ ବିଭାଗ ଉପରେ ପଡେ। ଅଗ୍ନିଶମ ବିଭାଗ ପରି ଏକ ଜରୁରୀକାଳୀନ ସଂସ୍ଥାରେ ପଦବୀ ଖାଲି ରହିବା ଗ୍ରହଣୀୟ ନୁହେଁ। ୯୪୧ ଜଣ ନୂଆ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ବିଭାଗକୁ ସୁଦୃଢ କରିବ ଏବଂ ବିଭାଗ ଲୋକଙ୍କ ଧନଜୀବନ ସୁରକ୍ଷା କରିବା ପାଇଁ ଅଧିକ ସକ୍ଷମ ହେବ। ଆହୁରି ମଧ୍ୟ ଗୃହ ବିଭାଗରେ ଖାଲିଥିବା ପଦବୀ ଓ ନୂଆ ପଦବୀ ମିଶି ପ୍ରାୟ ୧୦,୦୦୦ ପଦବୀ ଖୁବ୍ ଶୀଘ୍ର ପୂରଣ ହେବ। ସେହିପରି ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ବନ୍ଦ ଅଛି। ଏବେ ପ୍ରାୟ ୨୪୧୬ଟି ପଦବୀ ଖାଲି ଅଛି। ଖୁବ୍ ଶୀଘ୍ର ଏ ଗୁଡିକ ମଧ୍ୟ ପୂରଣ ହେବ। ଆଗାମୀ ୫ ବର୍ଷ ମଧ୍ୟରେ ଆମ ସରକାର ୧.୫ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ସ୍ଥିର କରିଛନ୍ତି। ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ଦିନରାତି ଏକ କରି ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ସୃଷ୍ଟି କରିବା ପାଇଁ ଉଦ୍ୟମ କରୁଛି। ମେକ ଇନ ଓଡିଶା- ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ଓଡିଶାରେ ବ୍ୟାପକ ଶିଳ୍ପାୟନର ସମ୍ଭାବନା ଅଛି । ଶିଳ୍ପ ପ୍ରତିଷ୍ଠା ମାଧ୍ୟମରେ ମଧ୍ୟ ଆହୁରି ନିଯୁକ୍ତି ମିଳିବ। ଅଗ୍ନିଶମ ବାହିନୀର କାର୍ଯ୍ୟ ପ୍ରଣାଳୀ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ଅଗ୍ନିଶମ ବିଭାଗକୁ ଆମ ଦେଶରେ ଏକ ମଡେଲ ସଂଗଠନ ଭାବେ ବିବେଚନା କରାଯାଉଛି। ରାଜ୍ୟ ସରକାର ଅଗ୍ନିଶମ ବାହିନୀକୁ ବିପର୍ଯ୍ୟୟ ପରିଚାଳନା ଆଇନ- ୨୦୦୫ ଅନୁଯାୟୀ First responder ଭାବେ ଘୋଷଣା କରିଛନ୍ତି। ଯେ କୌଣସି ପ୍ରକାର ବିପର୍ଯ୍ୟୟ ଅଥବା ଦୁର୍ଘଟଣା ସମୟରେ ଜନସାଧାରଣଙ୍କ ବହୁମୂଲ୍ୟ ଜୀବନ ବଞ୍ଚାଇବାକୁ ଅଗ୍ନିଶମ ବାହିନୀ କାର୍ଯ୍ୟ କରୁଛି। ପ୍ରତ୍ୟେକ ଦିନ ସେମାନେ ବିପଦରେ ପଡିଥିବା ଲୋକଙ୍କୁ ସାହାଯ୍ୟ କରୁଛନ୍ତି ଏବଂ ଜୀବନ ବଞ୍ଚାଉଛନ୍ତି। ବାହାନଗା ରେଳ ଦୁର୍ଘଟଣା ସମୟରେ ଆମ ଅଗ୍ନିଯୋଦ୍ଧା ମାନେ ଦୁଃସାହସିକତାର ପରିଚୟ ଦେଇଥିଲେ। ଆମ ରାଜ୍ୟରେ ବର୍ତ୍ତମାନ ୩୪୬ଟି ଦମକଳ କେନ୍ଦ୍ର ଅଛି। ଅଗ୍ନିଶମ କେନ୍ଦ୍ର ଗୁଡିକ ତୃଣମୂଳ ସ୍ତରରେ ଜୀବନ ରକ୍ଷା ପାଇଁ ସଦା ପ୍ରସ୍ତୁତ ରହି ତ୍ୱରିତ ସହାୟତା ଯୋଗାଇ ଦେଉଛନ୍ତି। ଅଗ୍ନିଶମ ବାହିନୀକୁ ସୁଦୃଢ କରିବା ପାଇଁ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୩୯୪ କୋଟି ଟଙ୍କା ଏବଂ ପଞ୍ଚଦଶ ଅର୍ଥ କମିଶନରୁ ୨୦୧ କୋଟି ଟଙ୍କା ମଞ୍ଜୁର ହୋଇଛି। ଅଗ୍ନିଶମ ବାହିନୀକୁ ଅଧିକ ସକ୍ଷମ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଅନ୍ୟତମ ଅତଥି ଭାବେ, ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଉଦ୍‌ବୋଧନ ଦେଇ କହିଥିଲେ ଯେ, ସାହସ, ଦୟାଳୁ ମନୋଭାବ ଏବଂ ପ୍ରତିବଦ୍ଧତା ହେଉଛି ଏକ କାର୍ଯ୍ୟ ସମ୍ପାଦନ ପାଇଁ ସଠିକ ଉପାଦାନ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ଅଗ୍ନିଶମ ବାହିନୀଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଆଜି ଆମ ରାଜ୍ୟ ଜାତୀୟ ସ୍ତରରେ ପ୍ରଶଂସିତ। ସହରାଞ୍ଚଳରେ ସୁରକ୍ଷା ପାଇଁ ବହୁତଳ ବିଶିଷ୍ଟ ଆପାର୍ଟମେଣ୍ଟ ନିର୍ମାଣରେ ଥିବା ନିୟମର ସଂଶୋଧନ କରିବାର ଆବଶ୍ୟକତା ରହିଛ। ନବ ନିଯୁକ୍ତ ଅଗ୍ନିଯୋଦ୍ଧାମାନଙ୍କୁ ଉତ୍ସାହିତ କରି କହିଥିଲେ ଯେ, ଆଜି ଆପଣମାନେ ସରକାରଙ୍କ ପକ୍ଷରୁ ପ୍ରଥମ ପତ୍ର ପାଇଲେ। ପ୍ରତି ବର୍ଷ ଯେପରି ପ୍ରଶଂସାପତ୍ର ପାଇବେ ସେଥିପ୍ରତି ଚେଷ୍ଟା ଜାରି ରଖନ୍ତୁ ବୋଲି ସେ କହିଥିଲେ। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଲେ ଯେ, ଆମ ରାଜ୍ୟରେ ପୋଲିସ ଅପେକ୍ଷା ଅଗ୍ନିଶମ ଯୋଦ୍ଧା ଉପରେ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଓ ସମ୍ମାନ ରହିଛି। ଏହି ବାହିନୀରେ ଝିଅମାନଙ୍କୁ ସୁଯୋଗ ଦେବା ପାଇଁ ସେ ପ୍ରସ୍ତାବ ରଖିଥିଲେ। ଭୁବନେଶ୍ଵର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ କହିଥିଲେ ଯେ, ଆପଣମାନେ ହେଉଛନ୍ତି ଆମ ସମସ୍ତଙ୍କ ପାଇଁ ଜଣେ ଜଣେ ଶ୍ରେଷ୍ଠ ଯୋଦ୍ଧା । ପ୍ରକୃତିକ ବିପର୍ଯ୍ୟୟ ସମୟରେ ଆପଣମାନେ ବିପନ୍ନଙ୍କ ପାଇଁ ସାଜିଥାନ୍ତି ଦେବଦୂତ। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ବାତ୍ୟା ଦାନା ପରବର୍ତ୍ତୀ ସମୟରେ ଆମର ସର୍ବାଧିକ ପୁନରୁଦ୍ଧାର କାର୍ଯ୍ୟ ଅଗ୍ନିଶମ ବାହିନୀ ଦ୍ୱାରା କରାଯାଇଥାଏ । ଆମ ଅଗ୍ନିଶମ ବାହିନୀଙ୍କ ଏହି କାର୍ଯ୍ୟ ଦକ୍ଷତା ଯୋଗୁ ଆମ ରାଜ୍ୟ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ହେଉଛି। ବାହାର ରାଜ୍ୟର ଲୋକ ଆସୁଛନ୍ତି ଆମର ଏହି ଦକ୍ଷତାକୁ ଶିଖିବା ପାଇଁ। କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରକ୍ତ ମୁଖ୍ୟ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 83
Share199Tweet125Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In