• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୋତେ ହରାଇବାକୁ ରଞ୍ଜିତା ପ୍ଲାନ କରିଥିଲେ: ଲତିକା

by Voice of Victims
October 16, 2024
in ମୁଖ୍ୟ ଖବର, ରାଜ୍ୟ
ମୋତେ ହରାଇବାକୁ ରଞ୍ଜିତା ପ୍ଲାନ କରିଥିଲେ: ଲତିକା

ଭୁବନେଶ୍ୱର: ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ମୋତେ ହରାଇବାକୁ ପ୍ଲାନ କରିଥିଲେ । କବିସୂର୍ଯ୍ୟନଗରର ପୂର୍ବତନ ବିଧାୟିକା ଲତିକା ପ୍ରଧାନ ଏଭଳି ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ସେ ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁଙ୍କ ନାମରେ ସଂଗୀନ ଅଭିଯୋଗ ଆଣିଛନ୍ତି । ଲତିକା ପ୍ରଧାନ କହିଛନ୍ତି ଯେ ରଞ୍ଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି । ରଞ୍ଜିତା ବିଜେପି ସହ ହାତ ମିଶାଇ ଦଳ ବିରୋଧୀ କାର୍ଯ୍ୟକରୁଛନ୍ତି ବୋଲି ଲତିକା ପ୍ରଧାନ କହିଛନ୍ତି । ଏପରିକି ମୋତେ ହରାଇବା ପାଇଁ ରଞ୍ଜିତା ପ୍ଲାନ କରିଥିଲେ ବୋଲି ଲତିକା କହିଛନ୍ତି । ଏଭଳି ଜଣେ ପ୍ରାର୍ଥୀଙ୍କ ପାଇଁ ଆମ ହାତରୁ ଆସିକା ସିଟ ଚାଲିଗଲା । ବିଭୀଷଣ ସାଜି ଦଳବିରୋଧୀ କାମ କରିଥିବା ନେଇ ପ୍ରମାଣ ବି ଅଛି ବୋଲି ଲତିକା କହିଛନ୍ତି ।  ଏପରିକି ସମସ୍ତ ପ୍ରମାଣ ସହ ଏନେଇ ମୁଁ ଦଳର ସଭାପତିଙ୍କୁ ଜଣାଇଛି । କାର୍ଯ୍ୟାନୁଷ୍ଠାନ ନେବାକୁ ଦଳର ସଭାପତିଙ୍କୁ ଅନୁରୋଧ କରିଛି । କାର୍ଯ୍ୟାନୁଷ୍ଠାନ ନହେଲେ ଆଗାମୀ ଦିନରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ ବୋଲି ଲତିକା ପ୍ରଧାନ କହିଛନ୍ତି ।  ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ନିର୍ବାଚନ ପରେ ପରେ ବିଜେଡିର ଦଳୀୟ କନ୍ଦଳ ତଥା ନେତା ଓ କର୍ମୀଙ୍କ ମଧ୍ୟରେ ଥିବା ଅସନ୍ତୋଷ ଏବେ ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି ।  ବହୁ ବିଜେଡି ନେତାଙ୍କ ମଧ୍ୟରେ କାଦୁଅ ଫିଙ୍ଗା ରାଜନୀତି ଚାଲିଛି । ପରସ୍ପରକୁ ଦୋଷାରୋପ କରୁଛନ୍ତି ।

Post Views: 37
Share199Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In