• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫” ଉଦଘାଟିତ: ମନ ମୋହିଲା ପୁରୁଲିଆ ଛଉ ନୃତ୍ୟ ଓ ସୌରଭଙ୍କ ସଙ୍ଗୀତ

by Voice of Victims
January 5, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫” ଉଦଘାଟିତ: ମନ ମୋହିଲା ପୁରୁଲିଆ ଛଉ ନୃତ୍ୟ ଓ ସୌରଭଙ୍କ ସଙ୍ଗୀତ

ରଣପୁର : ରଣପୁର କଳା ସଂସ୍କୃତି ଐତିହ୍ୟ ପରମ୍ପରା ଓ ଶହୀଦମାନଙ୍କ ବୀରତ୍ୱ ସ୍ମୃତି ସାଉଁଟିବା ପାଇଁ ୨୦୦୬ ମସିହାରୁ ରଣପୁର ମହୋତ୍ସବ ଅର୍ଜୁନ ଅନୁଷ୍ଠିତ ହୋଇଆସୁଥିବା ବେଳେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ଆଜି ଠାରୁ ଆରମ୍ଭ ହୋଇଛି | ଏହି ମହୋତ୍ସବ ପାଞ୍ଚଦିନ ଧରି ଜାନୁଆରୀ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବ | ତେବେ ଓଡିଶା ଅନୁଷ୍ଠିତ ହେଉଥିବା ବିଭିନ୍ନ ମହୋତ୍ସବ ଭିତରୁ ଏହା ଅଭିନ୍ନ ହୋଇଥିବା ବେଳେ ରଣପୁର ମାଟିରେ ଶହୀଦ ହୋଇଥିବା ବିରଙ୍ଗନାମାନଙ୍କ ସ୍ମୃତି ଉଦ୍ଦେଶ୍ୟ ପାଳନ କରାଯାଉଥିବାରୁ ଅନ୍ୟ ଅଞ୍ଚଳରେ ପାଳନ କରାଯାଉଥିବା ମହୋତ୍ସବ ଅପେକ୍ଷା ଏହି ମହୋତ୍ସବର ଏକ ସ୍ୱତନ୍ତ୍ର ପରିଚୟ ରହିଛି।

୧୯୩୯ ମସିହାରେ ଜାନୁଆରୀ ୫ ତାରିଖରେ ବେଜେଲଗେଟ ଗୁଳିରେ ଅର୍ଜୁନ ରାଉତ ଶହୀଦ ହୋଇଥିଲେ | ପରେ ଉତ୍ୟକ୍ତ ଲୋକମାନେ ବାଉଁଶ ଠେଙ୍ଗାରେ ବେଜେଲଗେଟକୁ ବାଡେଇ ବାଡେଇ ହତ୍ୟା କରିଥିଲେ | ପରେ ବିହାରର ଭାଗଲପୁର ଜେଲରେ ରଘୁଦିବାକରଙ୍କ ଫାଶି ଦିଆ ଯାଇଥିଲା | ଏହି ଶହୀଦ ମାଟିରେ ବୀରମାନଙ୍କର ସ୍ମୃତିକୁ ମନେ ରଖିବା ପାଇଁ ୨୦୦୬ ମସିହା ଠାରୁ ରଣପୁରରେ ମହୋତ୍ସବ ହୋଇ ଆସୁଛି |

ଆଜି ସକାଳ ୫ ଟାରେ ପ୍ରଭାତ ଫେରି ରାମଧ୍ୱନି ସହିତ ସକାଳ ୮ ଟାରେ  ମା ମଣିନାଗ ମନ୍ଦିର ଠାରୁ ପଞ୍ଚୁଦୋଳ ପଡିଆ ପର୍ଯ୍ୟନ୍ତ ଗଣଦୌଡ଼ କରାଯାଇଥିଲା | ଗଣ ଦୌଡ଼ ପୂର୍ବରୁ ମା ମଣିନାଗଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇ ମହୋତ୍ସବର ଶୁଭାରମ୍ଭ କରାଯାଇଥିଲା। ଏହା ପରେ ଓଡିଶାର ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀ ପତାକା ଦେଖାଇ ଗଣ ଦୌଡ଼ ଆରମ୍ଭ କରିଥିଲେ | ଏହି ଗଣ ଦୌଡ଼ରେ ଭାଗ ନେଇଥିବା ପିଲାମାନଙ୍କୁ ବାଚସ୍ପତି ମେଡାଲ ପ୍ରଦାନ କରି ପୁରସ୍କୃତ କରିଥିଲେ। ମଧ୍ୟାହ୍ନ ୧୨ ଘଟିକା ସମୟରେ ରଣପୁର ଅଞ୍ଚଳର ଶହୀଦ ମାଟିରୁ ଅଣାଯାଇଥିବା ମଶାଲକୁ ଧରି ରଣପୁର ପଞ୍ଚୁଦୋଳ ପଡିଆ ଠାରୁ ଶୋଭାଯାତ୍ରାରେ ମହୋତ୍ସବ ପଡିଆ ପର୍ଯ୍ୟନ୍ତ ଶୋଭାଯାତ୍ରା କରାଯାଇଥିଲା | ଏହା ପରେ ମଞ୍ଚ ପୂଜା କାର୍ଯ୍ୟକ୍ରମ କରାଯାଇ ବିଭିନ୍ନ ବିଦ୍ୟାଳୟ ତଥା ଅନୁଷ୍ଠାନରୁ ଆସିଥିବା କୁନି କୁନି କଳାକାରଙ୍କୁ ନେଇ ବିଭିନ୍ନ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା |  ସନ୍ଧ୍ୟା ୭ ଘଟିକା ସମୟରେ ଭାରତ ସରକାରଙ୍କ ପୁରଲିଆ ଛଉ ନୃତ୍ୟ ମାଧ୍ୟମରେ ମହିଷାସୁର ବଦ୍ଧ ପରିବେଷଣ କରାଯାଇଥିଲା। ଏହା ପରେ ଉଦଘାଟନୀ ଦିବସର ସଭାକାର୍ଯ୍ୟରେ  ଅତିଥି ଭାବେ  ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ରଣପୁର ବିଜ୍ଞାପିତ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ଦାଶ ପ୍ରମୁଖ ଯୋଗ ଦେଇଥିଲେ | ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା | ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ଓ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା | ଡ଼ ପ୍ରଶାନ୍ତ କୁମାର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ମହାତ୍ସବକୁ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ ହେବା ସହିତ ଶୃଙ୍ଖଳା ପାଇଁ କମିଟି ଗଠନ କରାଯାଇଛି | ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ | ଉଦଘାଟନୀ ଦିବସର ଓଡିଶୀ ନୃତ୍ୟ, ପୁରୁଲିଆ ଛଉ ନୃତ୍ୟ, ସୁର ତାଲ କ୍ରି୍ଏଟିଭ ମେଲୋଡି ସହିତ ସୌରଭଙ୍କ ସଙ୍ଗୀତ ଦର୍ଶକଙ୍କ ମନ ମୋହିଥିଲା |
Post Views: 47
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In