• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଛାତ୍ରଛାତ୍ରୀଙ୍କ ପ୍ରତିଭାର ପ୍ରତିଫଳନ: ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା, ବିଜ୍ଞାନର ମେଳାରେ ୧୩୬ ପ୍ରକଳ୍ପର ପ୍ରଦର୍ଶନ

by Voice of Victims
December 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଛାତ୍ରଛାତ୍ରୀଙ୍କ ପ୍ରତିଭାର ପ୍ରତିଫଳନ: ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା, ବିଜ୍ଞାନର ମେଳାରେ ୧୩୬ ପ୍ରକଳ୍ପର ପ୍ରଦର୍ଶନ

ନୟାଗଡ, ୨୨/୧୨: ନୟାଗଡ ଜିଲ୍ଲାର ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ପୂର୍ବାହ୍ନ ୧୦ଟା ସମୟରେ ୩୫ତମ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଭବ୍ୟ ଭାବେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ, ମୁଖ୍ୟ ବକ୍ତା ଭାବେ ଉପ-ନିର୍ଦ୍ଦେଶିକା ବିନିତା ସେନାପତି ଉପସ୍ଥିତ ଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ବନଲତା ବେହେରା, ଗୀତାଞ୍ଜଳି ସାହୁ, ସନ୍ଧ୍ୟାରାଣୀ ରାଉତ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ ଚନ୍ଦ୍ର ସାହୁ, ଜିଲ୍ଲା ଶିକ୍ଷା ସଂଯୋଜିକା କୃଷ୍ଣାରାଣୀ ମାଝୀ ଓ ନୟାଗଡ ବ୍ଲକ ଭାରପ୍ରାପ୍ତ ଶିକ୍ଷା ଅଧିକାରୀ ଉମାକାନ୍ତ ସେଠି ପ୍ରମୁଖ ଯୋଗ ଦେଇଥିଲେ।
ଲାଠିପଡା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ପରିବେଷଣ କରାଯାଇଥିଲା। ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ବିଜ୍ଞାନ ମେଳାର ଆବଶ୍ୟକତା ଓ ଗୁରୁତ୍ୱ ଉପରେ ଆଲୋକପାତ କରିଥିବା ସହ ଶିକ୍ଷକ-ଶିକ୍ଷୟତ୍ରୀମାନଙ୍କୁ ପାଠପଢ଼ା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟରେ ନିୟୋଜିତ ନ କରାଗଲେ ଶିକ୍ଷା କ୍ଷେତ୍ରରେ ଅଧିକ ଉନ୍ନତି ସମ୍ଭବ ବୋଲି ମତ ପ୍ରକାଶ କରିଥିଲେ।

ଏହି ବିଜ୍ଞାନ ମେଳାର ମୁଖ୍ୟ ଥିମ ଥିଲା “ବିକଶିତ ଏବଂ ଆତ୍ମନିର୍ଭରଶୀଳ ଭାରତ”। ଜିଲ୍ଲାର ୮ଟି ବ୍ଲକରୁ ମୋଟ ୧୩୬ଟି ପ୍ରକଳ୍ପ ଏଥିରେ ଅଂଶଗ୍ରହଣ କରିଥିଲା। ପ୍ରତ୍ୟେକ ବ୍ଲକରୁ ବାଲ ବୈଜ୍ଞାନିକ ଶ୍ରେଣୀରୁ ଶ୍ରେଷ୍ଠ ୭ଟି, ପରିବେଶ ଭିତ୍ତିକ ୭ଟି ଓ ଉପ-କନିଷ୍ଠ ବିଭାଗରୁ ଶ୍ରେଷ୍ଠ ୩ଟି ପ୍ରକଳ୍ପ ଚୟନ କରାଯାଇଥିଲା। ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ପୁରୀ ସାଂସଦ ସମ୍ବିତ ପାତ୍ର ଓ ସମ୍ମାନିତ ଅତିଥି ଭାବେ ନୟାଗଡ ମ୍ୟୁନିସିପାଲିଟି ଅଧ୍ୟକ୍ଷା ନିରୁପମା ଖଟେଇ ପ୍ରମୁଖ ଯୋଗ ଦେଇଥିଲେ।

ମେଳାର ସଫଳ ଆୟୋଜନ ପାଇଁ ଶିକ୍ଷା ବିଭାଗ, ଶିକ୍ଷକମଣ୍ଡଳୀ ଓ ସ୍ଥାନୀୟ ପ୍ରଶାସନ ସାଧାରଣଙ୍କ ପ୍ରଶଂସା ଅର୍ଜନ କରିଛନ୍ତି। ଏହାର ସଫଳ ପରିଚାଳନାରେ ସମସ୍ତ ସାଧନ କେନ୍ଦ୍ର ସଂଯୋଜକ, ବିଭିନ୍ନ ଶିକ୍ଷକ ସଂଗଠନ, ବିଦ୍ୟାଳୟ ପରିଚାଳନା କମିଟି, ଅଞ୍ଚଳବାସୀ ଓ ଶିକ୍ଷକ-ଶିକ୍ଷୟତ୍ରୀମାନେ ସକ୍ରିୟ ସହଯୋଗ କରିଥିଲେ।

Post Views: 27
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In