• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ବାହାର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ, ୮ ଦିନରେ କାମ ସାରିବାକୁ ଯୋଜନା

by Voice of Victims
June 28, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ଆଜି ଖୋଲିବ ଭିତର ରତ୍ନଭଣ୍ଡାର: ସିଂହଦ୍ୱାର ବ୍ୟତୀତ ୩ ଦ୍ୱାର ବନ୍ଦ ରହିବ

ପୁରୀ : ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ପୁଣିଥରେ ଆରମ୍ଭ ହେବ । ଭିତର ରତ୍ନଭଣ୍ଡାର କାର୍ଯ୍ୟ ଶେଷ ହୋଇଛି । ଏବେ ବାହାର ରତ୍ନଭଣ୍ଡାର କାର୍ଯ୍ୟ କିଛି ପରିମାଣରେ ବାକି ରହିଛି । ତେଣୁ ଆସନ୍ତା ୮ ଦିନ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି । ଶୃଙ୍ଖଳିତ, ସୁନ୍ଦର, ବ୍ୟବସ୍ଥିତ ଭାବେ କିଭଳି ମରାମତି କାର୍ଯ୍ୟ କରାଯିବ ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସ୍‌ଆଇ ଅଧିକାରୀଙ୍କ ମଧ୍ୟରେ ଆଲୋଚନା ହୋଇଛି ।

ବାହାର ରତ୍ନଭଣ୍ଡାରର ପ୍ରାୟ ୯୦ଟି ପଥର ବଦଳାଯିବାର ସମ୍ଭାବନା ରହିଛି। ତେଣୁ ଯେତେଶୀଘ୍ର ସମ୍ଭବ ମରାମତି କାର୍ଯ୍ୟ କରିବାକୁ ଏଏସ୍‌ଆଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି। ହାତରେ ସ୍ୱଳ୍ପ ଅବଧି ରହିଥିବାରୁ ବିଶେଷଜ୍ଞମାନଙ୍କୁ ନେଇ ପ୍ରତିଦିନ ଦୁଇଟି ସିଫ୍ଟରେ ମରାମତି କାମ ହେବ। ରଥଯାତ୍ରା ଭିତରେ କାମ ଶେଷ କରି ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

ସେହିପରି ଜୁନ୍ 29 ତାରିଖ ଦିନ ଶ୍ରୀମନ୍ଦିରର ବାର୍ଷିକ ବୈଷୟିକ ନିରୀକ୍ଷଣ ମଧ୍ୟ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ବୈଷୟିକ କମିଟି ଅଧ୍ୟକ୍ଷ ପ୍ରଫେସର ଏସ୍. କେ. ଭଟ୍ଟାଚାର୍ଯଙ୍କ ନେତୃତ୍ଵରେ ଶ୍ରୀମନ୍ଦିର ପ୍ରଶାସନ, ASI ଏବଂ ପୂର୍ତ୍ତ ବିଭାଗର ମିଳିତ ଟମ୍ ଏହି ନିରୀକ୍ଷଣ କରିବେ ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In