• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଦୁଇ ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

by Voice of Victims
February 29, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଦୁଇ ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ରଣପୁର (ଭିଓଭି) : ଭଗବାନ ସୃଷ୍ଟିରେ ଯେପରି ମଣିଷ ଜନ୍ମ ମୃତ୍ୟୁ ନିୟମ ରହିଛି ସେହିଭଳି ସରକାରୀ ଚାକିରୀରେ ଯୋଗ ଦେଲା ପରେ ନିଶ୍ଚିତ ଭାବେ ଅବସର ନେବାର ନିୟମ ରହିଛି। ଏହି ନିୟମ ଅନୁଯାୟୀ ଆଜି ରଣପୁର ବ୍ଲକ ଡ଼ିମିରିଆ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପ୍ରଶାନ୍ତି ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଏହି ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ମୁଖ୍ୟ ବକ୍ତା ଭାବେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘର ସଂଯୋଜକ ଜ୍ୟୋତି ରଞ୍ଜନ ଦାଶ, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ ରାମକୃଷ୍ଣ ପଟ୍ଟନାୟକ, ଗ୍ରାମ ସଭାପତି ପୂର୍ଣଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଭାଗିରଥି ମହାପାତ୍ର, ବରିଷ୍ଠ ନାଗରିକ ବୃନ୍ଦାବନ ସ୍ୱାଇଁ, ମୋ ସ୍କୁଲ ସଭାପତି ପ୍ରଫୁଲ୍ଲ କୁମାର ମହାପାତ୍ର, ସିଆରସିସି ଅକ୍ଷୟ କୁମାର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ | ସହକାରୀ ଶିକ୍ଷୟତ୍ରୀ ଜ୍ୟୋତି ରଞ୍ଜନ କର ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ। ବିଦାୟୀ ଶିକ୍ଷୟତ୍ରୀ ୨୦୧୦ ମସିହାରୁ ଏହି ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଦାୟିତ୍ୱ ତୁଲାଇ ଆସୁଥିଲେ | ସେ ଛାତ୍ର ବତ୍ସଳ, ସ୍ନେହୀ, ପରୋପକାରୀ, ମେଳାପୀ ଥିଲେ ବୋଲି ଅତିଥିମାନେ ବକ୍ତବ୍ୟ ରଖିଥିଲେ। ଡ଼ିମିରିଆ ଗ୍ରାମର ସମସ୍ତ ଗ୍ରାମବାସୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ | ଶେଷରେ ଶିକ୍ଷକ ପ୍ରକାଶ କୁମାର ସାହୁ ଧନ୍ୟବାଦ ଦେଇଥିଲେ। ସେହିପରି ବ୍ରଜସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଳାସିନୀ ଦେଇଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ କୀର୍ତ୍ତନ ପ୍ରଧାନ, ସମିତିସଭ୍ୟା ପୁଷ୍ପାଞ୍ଜଳି ମିଶ୍ର, ମହାଦେବ ପଟ୍ଟଯୋଶୀ ପ୍ରମୁଖ ଯୋଗ ଦେଇଥିଲେ | ପ୍ରସନ୍ନ କୁମାର ରଥଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବୃନ୍ଦାବନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିରଞ୍ଜନ ମିଶ୍ର, ନରସିଂହପୁର କ୍ଲଷ୍ଟର ସିଆରସିସି ସୁଶୀଲ କୁମାର ରଣା, ଗୌରାଙ୍ଗପୁର କ୍ଲଷ୍ଟର ସିଆରସିସି ସୁଧାକର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଅତିଥିମାନେ ବିଦାୟୀ ପ୍ରଧାନ ଶିକ୍ଷୟତ୍ରୀ ବିଳାସିନୀ ଦେଇଙ୍କ ଗୁଣ ଗାନ କରିବା ସହିତ ଅବଶିଷ୍ଟ ଜୀବନ ସୁଖମୟ ହେଉ ବୋଲି ପ୍ରଭୁଙ୍କ ନିକଟରେ ପାର୍ଥନା କରିଥିଲେ। ସହକାରୀ ଶିକ୍ଷୟତ୍ରୀ ଦୁର୍ଯ୍ୟଧନ ଗୁମାନସିଂ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Post Views: 60
Share204Tweet127Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In