• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବୃଦ୍ଧି ପାଇଲା କନିଷ୍ଠ ଶିକ୍ଷକଙ୍କ ଦରମା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

by Voice of Victims
January 17, 2025
in ମୁଖ୍ୟ ଖବର, ରାଜ୍ୟ
ବୃଦ୍ଧି ପାଇଲା କନିଷ୍ଠ ଶିକ୍ଷକଙ୍କ ଦରମା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ବର: ସମଗ୍ର ଶିକ୍ଷା କାର‌୍ୟ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ Junior Teacher (Schematic) ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧,୧୦୦ ଟଙ୍କାରୁ ବୃଦ୍ଧି ପାଇ ୧୬,୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ । ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୧୩,୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ । ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧୬,୦୦୦ ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Post Views: 53
Tags: Salary of junior teachers increased
Share199Tweet125Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In