• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସରିଲା ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା, ଆଜି ଶ୍ରୀମନ୍ଦିରକୁ ବାହୁଡ଼ିଯିବେ ବ୍ରହ୍ମାଣ୍ଡ ଠାକୁର

by Voice of Victims
July 5, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ
ସରିଲା ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା, ଆଜି ଶ୍ରୀମନ୍ଦିରକୁ ବାହୁଡ଼ିଯିବେ ବ୍ରହ୍ମାଣ୍ଡ ଠାକୁର

ପୁରୀ : ସରିଲା ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା । ଆଡପମଣ୍ଡପରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିରକୁ ବାହୁଡ଼ିଯିବେ ବ୍ରହ୍ମାଣ୍ଡ ଠାକୁର । ଆଜି ହେଉଛି ପବିତ୍ର ବାହୁଡ଼ା ଯାତ୍ରା । ବାହୁଡ଼ା ଯାତ୍ରା ପୂର୍ବରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ନବମୀ ତିଥିରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୂଙ୍କ ନବମୀ ଦର୍ଶନ ବା ସଂନ୍ଧ୍ୟା ଦର୍ଶନ କରିଥିଲେ ହଜାର ହଜାର ଶ୍ରଦ୍ଧାଳୁ । ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ା ଯାତ୍ରା ପାଇଁ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସମାନ ବ୍ୟବସ୍ଥା ଗ୍ରହଣ କରାଯାଇଛି ।‌

ଆଜି ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା୧୫ରେ ମଇଲମ, ୪ଟା୩୦ରେ ତଡ଼ପ ଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫ଟା୧୫ରେ ସୂର୍ଯ୍ୟପୂଜା, ୫ଟା୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫ଟା୪୫ ରୁ ୬ଟା୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧ଟା୩୦ ସେନାପଟା ଲାଗି ନୀତି ନିର୍ଘଣ୍ଟ ହୋଇଥିଲା।

ସେହିପରି ୧୧ଟା୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨ଟା୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨ଟା୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨ଟା୩୦ରୁ ୩ଟା୩୦ ମଧ୍ୟରେ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡ଼ା ଲାଗିବା ପରେ ୪ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।

ବାହୁଡ଼ା ପାଇଁ ପ୍ରଶାସନର ବଡ଼ ପ୍ଲାନ୍ । ଏଥର ବାହୁଡ଼ାରେ ଅଘଟଣଶୂନ୍ୟ ହେବ ରଥଟଣା । ସୁରୁଖୁରୁରେ ପହଣ୍ଡି ଶେଷ କରିବାକୁ ଗୋଟିଏ ଟିମ୍ ଗଠନ କରାଯାଇଥିବା ବେଳେ ତିନି ରଥ ଦାୟିତ୍ବରେ ଜିଲ୍ଲାପାଳ, ଏସପି ଏବଂ ଏଡିଏମଙ୍କୁ ରଖାଯାଇଛି । କର୍ଡନ ଭିତରକୁ ଜନଶୂନ୍ୟ କରାଯିବ । ଡ୍ରୋନ୍ ଜରିଆରେ ଟ୍ରାଫିକ ପରିଚାଳା କରାଯିବ । ଭିଡ଼ ନିୟନ୍ତ୍ରଣ ପାଇଁ ରିଅଲ ଟାଇମ୍ ଏଷ୍ଟିମେସନ କରାଯିବ । ପୁରୀକୁ ଲକ୍ଷ ଲକ୍ଷ ସଂଖ୍ୟାରେ ଭକ୍ତ ଆସୁଥିବାରୁ ରାସ୍ତାରେ ହଲ୍ଟ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ମଧ୍ୟରାତ୍ରୀରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ବଳବତ୍ତର ରଖିବାକୁ ନିଷ୍ପତ୍ତି ହୋଇଛି । ଏହାର ମନିଟରିଂ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ କରୁଥିବା ବେଳେ ରଥଯାତ୍ରାର ସାମଗ୍ରିକ ପରିଚାଳନା କରୁଛନ୍ତି ଅରବିନ୍ଦ ଅଗ୍ରୱାଲ ।

Post Views: 95
Share199Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In