• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା

by Voice of Victims
January 5, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା

ଭୁବନେଶ୍ୱର (ଭିଓଭି): ଆରମ୍ଭ ହୋଇଛି ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ରବିବାର ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଯୋଜନାରେ ନବମ ଓ ଏକାଦଶ ଶ୍ରେଣୀର ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ। ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଚେକ୍ ପ୍ରଦାନ କରିଛନ୍ତି। ତା’ସହିତ ସହିଦ ମାଧୋ ସିଂଙ୍କ ଅଣନାତି ଲୋକେଶ୍ୱର ସିଂ ବରିହାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିବା ସହିତ ଡ୍ରପ ଆଉଟ୍ ହାର ମଧ୍ୟ କମିବାରେ ଏହା ସହାୟକ ହେବ। ଯେଉଁ ଜନଜାତି ବର୍ଗର ଛାତ୍ରଛାତ୍ରୀ ଅଷ୍ଟମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ନବମ, ଏବଂ ଦଶମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀରେ ନାମ ଲେଖାଇବେ, ସେମାନଙ୍କ ପାଇଁ ଏକ ପ୍ରୋତ୍ସାହନ ରାଶି ଭାବରେ ଏକାକାଳୀନ ବାର୍ଷିକ ୫୦୦୦ ଟଙ୍କା ପ୍ରଦାନ କରାଯିବ। ସମ୍ପୃକ୍ତ ଶ୍ରେଣୀରେ ନାମ ପଞ୍ଜୀକରଣ ହେବା ପରେ ନିୟମିତ କକ୍ଷରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀ ଏହି ଯୋଜନା ଦ୍ୱାରା ଉପକୃତ ହେବେ। ଆଜି ୧.୬ ଲକ୍ଷ ଛାତ୍ରଛାତ୍ରୀ ଏହି ପ୍ରୋତ୍ସାହନ ରାଶି ପାଇଲେ, ସମୁଦାୟ ୨ ଲକ୍ଷରୁ ଅଧିକ ଜନଜାତି ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାଧୀନତା ସଂଗ୍ରାମରେ ଆଦିବାସୀ ମାନଙ୍କ ତ୍ୟାଗ ଓ ବଳିଦାନ ଅତୁଳନୀୟ। ଏପରିକି ଭଗବାନ ବିର୍ସା ମୁଣ୍ଡା ଓ ଶହୀଦ ମଧୋ ସିଂହଙ୍କ ସଂଘର୍ଷ ଉପରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ।

Post Views: 165
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In