• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟ, ୧୦ଟି ପ୍ରସ୍ତାବ କୁ ମିଳିଲା କ୍ୟାବିନେଟ ମୋହର

by Voice of Victims
January 22, 2025
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟ କ୍ୟାବିନେଟ, ୧୦ଟି ପ୍ରସ୍ତାବ କୁ ମିଳିଲା କ୍ୟାବିନେଟ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବ ଉପରେ ମୋହର ।  ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଉପରେ ରାଜ୍ୟ କ୍ୟାବିନେଟ ମୋହର। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏହା କରାଯିବ ।  ୬୭୯୪ ଗ୍ରାମ ପଂଚାୟତରେ ଗୋଟିଏ ଲେଖାଏଁ ସ୍ମାର୍ଟ ସ୍କୁଲ କରିବେ ସରକାର।   ଗୋଟିଏ ବିଦ୍ୟାଳୟ ପିଛା ୪ ରୁ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ।  ୪ ବର୍ଷରେ ଏହା ଶେଷ ହେବ । ୧୧୪ ପ୍ରାଥମିକ ବିଦ୍ୟାଳୟରୁ ଏହାର ଶୁଭାରମ୍ଭ ହେବ ଚଳିତ ଆର୍ଥିକ ବର୍ଷରୁ । ଏଥିପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ୨୦୨୮ ସୁଦ୍ଧା ଏହି କାର୍ଯ୍ୟ ଶେଷ ହେବ।  ସେମି କଣ୍ଡକଟର ନିର୍ମାଣ ପାଇଁ ଆରଆଇଆର ପାୱାର କମିଶନ ଲିମିଟେଡ଼କୁ ଅଧିକ ସ୍ୱତନ୍ତ୍ର ଆର୍ଥିକ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର।  ପୂର୍ବରୁ ୩୦ ପ୍ରତିଶତ ଆର୍ଥିକ ସହାୟତା ଦିଆଯାଉ ଥିବା ବର୍ତ୍ତମାନ ଆଉ ୨୦ ପ୍ରତିଶତ ଯୋଗାଇ ଦିଆଯିବ।  ଏଥିପାଇଁ ରାଜ୍ୟ ସରକାର ୧୧୦ କୋଟି ଟଙ୍କା ବ୍ୟୟ କରିବେ। ଶୀତଳ ଭଣ୍ଡାର ପାଇଁ ଆର୍ଥିକ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ।  ପୁଞ୍ଜି ବିନିଯୋଗ ସବସିଡି ଜରିଆରେ ୬୦ ପ୍ରତିଶତ ସବସିଡ଼ି ଯୋଗାଇ ଦେବେ ସରକାର ।  ଏହା ସହ ୬ କୋଟି ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଉପରେ ସବସିଡି ଦେବେ ସରକାର ।  ୪ ଟି ସ୍ଲାବରେ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର ।  ବିଦ୍ୟୁତ ସବସିଡି ବି ଯୋଗାଇ ଦେବେ ସରକାର । ଗ୍ରାମାଞ୍ଚଳର ତ୍ୱରିତ ବିକାଶ ପାଇଁ ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ଆରମ୍ଭ କରିଛନ୍ତି ।  ଏହି ଯୋଜନାକୁ ଆଜି ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଚଳିତ ଆର୍ଥିକ ବର୍ଷ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।  ପ୍ରତି ବର୍ଷ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ ହେବ ।  ଆସନ୍ତା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ସବୁ ନିଷ୍ପତ୍ତି ଗ୍ରାମସଭା ଦ୍ୱାରା ନିର୍ଣ୍ଣୟ ହେବ ।  ପରେ ତାହା ଜିଲ୍ଲାପାଳଙ୍କ ଅନୁମୋଦନ ହେବ। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଓଡ଼ିଶା ଡାକ୍ତରୀ ଓ ସ୍ୱାସ୍ଥ୍ୟସେବା ନିୟମାବଳୀକୁ ରାଜ୍ୟ କ୍ୟାବିନେଟରେ ସଂଶୋଧନ କରାଯାଇଛି ।  ଡାକ୍ତର ନିଯୁକ୍ତି ଅଭାବକୁ ଦୂର କରି ଡାକ୍ତର ସମସ୍ୟା ଦୂର ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି ।  ୫୦୦୦ ନୂଆ ଡାକ୍ତର ଏବଂ ୧୨୬ ଦନ୍ତ ଚିକିତ୍ସିକକୁ ନିଯୁକ୍ତି ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଷୋଡ଼ଶ ଅର୍ଥ କମିଶନ ଫେବୃଆରୀ ୫, ୬, ୭ ତାରିଖରେ ଓଡ଼ିଶା ଆସିବେ। ଆମ ପାଞ୍ଚ ବର୍ଷର ଯୋଜନା ନେଇ ଦାବି ରଖିବେ ରାଜ୍ଯ ସରକାର। ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବି ରଖିବେ ସରକାର ।  ଶକ୍ତି ବିଭାଗ, ଆଇନ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ସହ ସମୁଦାୟ ୧୦ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର।

Post Views: 48
Tags: State Cabinet
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In