ଭୁବନେଶ୍ୱର : କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାହାର ତଥ୍ୟ ମାଗିଲେ ରାଜ୍ୟ ସରକାର। ଏ ନେଇ ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ କରାଯାଇଛି ଚିଠି । ୭ ତାରିଖ ସୁଦ୍ଧା ସମସ୍ତ ସଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ। ଯେଉଁମାନେ ସରକରାଙ୍କ ନିୟମ ଅନୁଯାୟୀ କାର୍ଯ୍ୟ କରୁନାହାଁନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ରେ ସର୍କୁଲାର ଅନୁଯାୟୀ, ସଂପୃକ୍ତ ଅପରାଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ।

