• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

by Voice of Victims
April 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ରାଜ୍ୟରେ ଚାଲିଥିବା ଜନଗଣନା କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷାକୁ ତତ୍ପରତା ଦେଖାଇଛି ରାଜ୍ୟ ସରକାର । ରାଜ୍ୟ ସାରା ଦୁର୍ଘଟଣା ଏବଂ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଘଟଣା ରିପୋର୍ଟ ଆସିବା ପରେ ଚାଲିଥିବା ରାଜ୍ୟର ଜନଗଣନା କାର୍ଯ୍ୟର ପ୍ରଥମ ପର୍ଯ୍ୟାୟରେ ସାମିଲ କର୍ମଚାରୀମାନଙ୍କ ପାଇଁ ଓଡ଼ିଶା ସରକାର ସୁରକ୍ଷା ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି ଲେଖିଛି ।

ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା ମେ ୧୫ ପର୍ଯ୍ୟନ୍ତ ଚାଲିବ। ଏହାରି ମଧ୍ୟରେ ସୋନପୁର ଜିଲ୍ଲାରେ ଜଣେ କାର୍ଯ୍ୟରତ ଗଣନାକାରୀଙ୍କ ହୃଦଘାତରେ ମୃତ୍ୟୁ ହୋଇଥିଲା । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ମହିଳା ଗଣନାକାରୀ ନିଖୋଜ ହେବା ସହ ହିଟ ଷ୍ଟ୍ରୋକ ଓ ଦୁର୍ଘଟଣାର ଖବର ଆସିଥିଲା । ଏହି ସବୁ ଘଟଣା ସାମ୍ନାକୁ ଆସିବା ପରେ କର୍ମଚାରୀଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ଅରବିନ୍ଦ କୁମାର ପାଢ଼ୀ ।

ବିଶେଷ ଭାବେ ଗ୍ରୀଷ୍ମ ପ୍ରବାହ ବା ତାତିଜନିତ ସମସ୍ୟାକୁ ମୁକାବିଲା କରିବା, କାର୍ଯ୍ୟ ସମୟରେ ରହିଥିବା ବିପଦଗୁଡ଼ିକୁ ଚିହ୍ନଟ କରିବା ଏବଂ ଗଣନାକାରୀମାନଙ୍କୁ ନିୟମିତ ଭାବେ ଟ୍ରାକ୍ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଏହାଛଡ଼ା, କାର୍ଯ୍ୟରେ ନିୟୋଜିତ ସମସ୍ତ ଗଣନାକାରୀଙ୍କୁ ସେମାନଙ୍କ ସୁରକ୍ଷା ସମ୍ବନ୍ଧରେ ସଚେତନ କରାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି ।

Post Views: 45
Share199Tweet124Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In