• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପିତ, ପାଣି ପଞ୍ଚାୟତର ହେବ ଅଡିଟ୍ ଓ ନିର୍ବାଚନ:ମୁଖ୍ୟମନ୍ତ୍ରୀ

by Voice of Victims
January 5, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପିତ, ପାଣି ପଞ୍ଚାୟତର ହେବ ଅଡିଟ୍ ଓ ନିର୍ବାଚନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୃଷକମାନେ ସମୃଦ୍ଧ ହେଲେ, ଓଡ଼ିଶା ସମୃଦ୍ଧ ହେବ। କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର। ସେମାନେ ସମସ୍ତଙ୍କ ମୁହଁରେ ଆହାର ଯୋଗାଉଛନ୍ତି। ସେଥିପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆପଣମାନଙ୍କୁ ଅନ୍ନଦାତା ଭାବେ ସମ୍ମାନିତ କରି ଆସିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୃଷକ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ରାଜ୍ୟରେ କୃଷିର ବିକାଶ ପାଇଁ ଚଳିତ ବର୍ଷ କୃଷି ବଜେଟରେ ୩୩ ହଜାର ୯୧୯ କୋଟି ଟଙ୍କା ପ୍ରାବଧାନ କରାଯାଇଛି। କୃଷକମାନଙ୍କ ସୁଖଦୁଃଖରେ ଆମ ସରକାର ଅଛନ୍ତି। ଅଦିନିଆ ବର୍ଷାକୁ ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କରି ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟିରୁ ଅଧିକ ଟଙ୍କା ସହାୟତା ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ୬.୬୬ ଲକ୍ଷ ଚାଷୀ ଏହି ସହାୟତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ କହିଛନ୍ତି। ରବିବାର ବରମୁଣ୍ଡା ଖେଳପଡ଼ିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ଉପସ୍ଥିତ କୃଷକମାନଙ୍କୁ ସମ୍ବୋଧିତ କରି ସେ କହିଲେ ଯେ ପାଣି ପଞ୍ଚାୟତଗୁଡ଼ିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରାଯିବ। ଏଗୁଡ଼ିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ ହେବ। ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ। ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ। ତେଣୁ ଜଳସେଚନର ସମସ୍ତ ପ୍ରକଳ୍ପଗୁଡ଼ିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲ ଗୁଡିକୁ କଂକ୍ରିଟ୍ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷରୁ ୨୦୨୮-୨୯ ଆର୍ôଥକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ୍ କରନାଳୀ ନିର୍ମାଣ କରାଯିବ। ଏହା ସହିତ ୬୨ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ। ଜଳର ସୁବ୍ୟବହାର, ଜଳ ବଣ୍ଟନରେ ସମତା ଏବଂ ଚାଷୀର ଜମିକୁ ପର୍ଯ୍ୟାପ୍ତ ଜଳସେଚନର ବ୍ୟବସ୍ଥା ସୁନିଶ୍ଚିତ କରିବା ଆମର ପ୍ରାଥମିକତା। ଏ ଦିଗରେ ପାଣି ପଞ୍ଚାୟତର ବଡ଼ ଭୂମିକା ରହିଛି। ରାଜ୍ୟରେ ବର୍ତ୍ତମାନ ୩୯ ହଜାରରୁ ଅଧିକ ପାଣି ପଞ୍ଚାୟତ ଜଳ ପରିଚାଳନାର ନେତୃତ୍ୱ ନେଉଛନ୍ତି। ଏହା ଦ୍ୱାରା ଜଳ ପରିଚାଳନାରେ ସମସ୍ତଙ୍କର ସହଭାଗିତା ରହିପାରୁଛି ଓ ଜଳର ଅପଚୟ ମଧ୍ୟ ରୋକା ଯାଇ ପାରୁଛି। ରାଜ୍ୟରେ ଜଳ ସମ୍ପଦର ବିକାଶ ପାଇଁ ଚଳିତ ବର୍ଷର ବଜେଟରେ ୧୩,୨୨୩ କୋଟି ରୁ ଅଧିକ ଟଙ୍କା ପ୍ରାବଧାନ କରାଯାଇଛି । ଚଳିତ ବଜେଟରେ ନୟାଗଡ଼ ଜିଲ୍ଲାରେ ବୃତଙ୍ଗ ଜଳସେଚନ ପ୍ରକଳ୍ପ, ଗଞ୍ଜମ ଜିଲ୍ଲାର ପିପଳପଙ୍କ ପ୍ରକଳ୍ପ, ବଲାଙ୍ଗିର ଜିଲ୍ଲାର ଉପର ଲାନ୍ଥ ଜଳସେଚନ ପ୍ରକଳ୍ପ, ଅନୁଗୁଳ ଜିଲ୍ଲାର ସମାକୋଇ ବ୍ୟାରେଜ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ୩ଟି ଓ ନୂଆପଡ଼ା ଜିଲ୍ଲାର ୭ଟି ଉଠାଜଳସେଚନ ପ୍ରକଳ୍ପ, କଳାହାଣ୍ଡି ଜିଲ୍ଲାରେ ୩ଟି ଓ ନୂଆପଡ଼ା ଜିଲ୍ଲାରେ ୨ଟି ଏମ୍‌ଆଇପି, କଳାହାଣ୍ଡି, ବଲାଙ୍ଗିର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ୩୫୯ ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ ଏବଂ ୧୧,୮୮୬ ଗଭୀର ନଳକୂପ ପ୍ରକଳ୍ପ ଆରମ୍ଭ କରିବା ପ୍ରକ୍ରିୟା ତ୍ୱାରାନ୍ୱିତ ହୋଇଛି। ସେ ପୁଣି କହିଥିଲେ ଯେ କୃଷି କାର୍ଯ୍ୟରେ ବୈପବ୍ଲିକ ପରିବର୍ତ୍ତନର ଲକ୍ଷ୍ୟ ରଖି ରାଜ୍ୟ ସରକାର ଜଳ ପରିଚାଳନା କ୍ଷେତ୍ରରେ ଟେକ୍‌ନୋଲୋଜିର ବ୍ୟାପକ ବ୍ୟବହାର ପାଇଁ ପଦକ୍ଷେପ ନେଇଛନ୍ତି। ଡିଜିଟାଲ ଟେକ୍‌ନୋଲୋଜିର ବ୍ୟବହାର କରି ମାଟିର ଆଦ୍ରତା ନିରୂପଣ ପ୍ରଣାଳୀ ବିକଶିତ କରାଯିବ। ଏଥିପାଇଁ ଆଇସିଏଆର ଅନ୍ତର୍ଗତ ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନ ଅନୁବନ୍ଧିତ ହୋଇଛି। ପାଣି ପଞ୍ଚାୟତମାନଙ୍କର ଦକ୍ଷତା ବିକାଶ ପାଇଁ ଜାଭିୟର ବିଶ୍ୱବିଦ୍ୟାଳୟ ସହିତ ମଧ୍ୟ ଯୋଗାଯୋଗ ହୋଇଛି। ରାଜ୍ୟର ବିକାଶ ପାଇଁ, କୃଷି କ୍ଷେତ୍ରର ବିକାଶ ପାଇଁ ଆମର ସବୁ କାର୍ଯ୍ୟକ୍ରମରେ ଚାଷୀ ଭାଇମାନଙ୍କୁ ସାମିଲ ହେବାକୁ ହେବ। ଅନ୍ୟମାନଙ୍କ ମଧ୍ୟରେ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉନ୍ନୟନ କମିଶନର ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ ପାଢ଼ୀ ଏବଂ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ ପ୍ରମୁଖ ନିଜ ନିଜ ଅଭିଭାଷଣ ରଖିଥିଲେ। ଏହି ଅବସରରେ ଢେଙ୍କାନାଳର ଗୋଟିଏ ପାଣି ପଞ୍ଚାୟତର ସଫଳ ମହିଳା ଚାଷୀ ସଶ୍ମିତା ନାୟକ ଏବଂ କେନ୍ଦୁଝର ଜିଲ୍ଲା ପାଣି ପଞ୍ଚାୟତର ସଫଳ ଚାଷୀ ବଗଲ ଚରଣ ବ୍ରହ୍ମା ପାଣି ପଞ୍ଚାୟତର ସଫଳତା ବିଷୟରେ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀ ‘ସେଚ ସହଭାଗିତା ୩.୦’ ନାମକ ଏକ କଫି ଟେବଲ୍ ବହିର ଉନ୍ମୋଚନ କରିଥିଲେ। ପରେ ସହଭାଗୀ ସେଚ ସମ୍ପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ କରାଯାଇଥିଲା। କୃତୀ ବିଦ୍ୟାର୍ଥୀ, ସଫଳ ଚାଷୀ, ସଫଳ ପାଣି ପଞ୍ଚାୟତ ଓ ଦକ୍ଷ ଅଧିକାରୀମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା।

Post Views: 175
Tags: State-level water panchayat party launched
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In