• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ

by Voice of Victims
July 4, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪ରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ। କମିଟିର ସଦସ୍ୟ ମାନଙ୍କ ମତାମତ ଶୁଣିବା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ ଜଳସେଚନ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ନଗର ଉନ୍ନୟନ ବିଭାଗ ପୌରାଞ୍ଚଳରେ ଥିବା ଡ୍ରେନ୍ ଗୁଡିକର ପଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ମହାନଗର ନିଗମ ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ଏକ ପ୍ରସ୍ତାବ ପ୍ରସ୍ତୁତ କରି ଯଥାଶୀଘ୍ର ପ୍ରଦାନ କରିବେ। ଏହାସହିତ କଟକ, ଭୁବନେଶ୍ୱର ଓ ଅନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ନିମନ୍ତେ IIT ଦିଲ୍ଲୀର ବୈଷୟିକ ସହାୟତାରେ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି। ରାଜ୍ୟ, ଜିଲ୍ଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ । ସାଧାରଣତଃ ବର୍ଷା ଦିନେ ସାପକାମୁଡାର ଅଧିକ ସମ୍ଭାବନା ରହିଥିବା ହେତୁ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍ ଭେନମ୍) ଗଚ୍ଛିତ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସତର୍କ ମୋବାଇଲ୍ ଆପ୍ ମାଧ୍ୟମରେ ଯେପରି ଭାବରେ ଜନସାଧାରଣଙ୍କୁ ବିଭିନ୍ନ ବିପର୍ଯ୍ୟୟ ବିଷୟରେ ଆଗୁଆ ସୂଚନା ଦିଆଯାଇପାରିବ ସେଥିପାଇଁ ପଦକ୍ଷେପ ନିଆଯିବ ଏବଂ ଜନସାଧାରଣଙ୍କ ମଧ୍ୟରେ ଏହି ଆପ୍ ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମଗ୍ର ଦେଶରେ ଓଡ୍ରାଫ୍ ହେଉଛି ପ୍ରଥମ ରାଜ୍ୟସ୍ତରୀୟ Disaster Response Force ଏବଂ ଏହା ସର୍ବ ଭାରତୀୟ ସ୍ତରରେ ମଧ୍ୟ ଶ୍ରେଷ୍ଠ। ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାରେ ବିଭିନ୍ନ ବିପର୍ଯ୍ୟୟ ସମୟରେ search and rescue  କାର୍ଯ୍ୟ ପାଇଁ ଓଡ୍ରାଫ୍ ଓଡିଶାକୁ ସୁନାମ ଆଣିଛି। ବର୍ତ୍ତମାନ ଏହା ୨୦ ଟି ୟୁନିଟ୍ ଥିବାବେଳେ ଏହାକୁ ୩୦ ଟି ୟୁନିଟ୍ କରିବା ସହ ଏକ Dedicated force କରିବା ନିମନ୍ତେ ଗୃହ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ। ସେହିପରି ଅଗ୍ନିଶମ ବିଭାଗ  ଜିଲ୍ଲା ସ୍ତରରେ ଯେକୌଣସି ବିପର୍ଯ୍ୟୟ ହେଲେ ପ୍ରଥମେ ଅଂଶଗ୍ରହଣ କରନ୍ତି। ବିପର୍ଯ୍ୟୟ ସହାୟତା ପାଣ୍ଠି (SDRF) ରୁ  ୩୯୪ କୋଟି ଟଙ୍କା ଖର୍ଚ୍ଚ କରାଯାଇ   ଅଗ୍ନିଶମ ବିଭାଗର ଦକ୍ଷତା ବୃଦ୍ଧି କରାଯାଉଛି । ଏଥିପାଇଁ ଆଉ ୨୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯିବ। ବାହାନଗାର ଟ୍ରେନ୍ ଦୁର୍ଘଟଣା ଭଳି ବିଭିନ୍ନ ଆକସ୍ମିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ୫ ଟି Regional Fire Service Hub ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ବ୍ୟବସ୍ଥା କରାଯିବ ବୋଲି ସେ କହିଥିଲେ। ଏହାସହିତ ଏ ବର୍ଷ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର ସମସ୍ତ ବିଭାଗ ସହ ସମନ୍ୱୟ ରକ୍ଷା କରିବେ ଏବଂ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତି କିପରି ହ୍ରାସ କରାଯିବ ସେଥିପ୍ରତି ସମସ୍ତ ବିଭାଗ ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଥିଲେ। ବୈଠକର ପ୍ରାରମ୍ଭରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ଆମ ରାଜ୍ୟ ଓଡିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ଅଟେ।  ଭୌଗୋଳିକ ଅବସ୍ଥିତି ଦୃଷ୍ଟିରୁ ରାଜ୍ୟରେ ବନ୍ୟା ଓ ବାତ୍ୟାର ଆଶଙ୍କା ଅଧିକ ରହିଥିଲେ ମଧ୍ୟ ବଜ୍ରପାତ, ଅଂଶୁଘାତ, ଘୁର୍ଣ୍ଣିଝଡ, ପାଣିରେ ବୁଡି ମୃତ୍ୟୁ, ଅଗ୍ନିକାଣ୍ଡ ଆଦି ଅନ୍ୟାନ୍ୟ ବିପର୍ଯ୍ୟୟମାନ ବର୍ଷ ତମାମ ଲାଗିରହିଥାଏ । ବାହାନଗାରେ ରେଳ ଦୁର୍ଘଟଣାରେ ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଉପଯୁକ୍ତ ଚିକିତ୍ସା  ଆଦିରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପଦକ୍ଷେପ ପ୍ରଶଂସନୀୟ  ଏବଂ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଜନସାଧାରଣଙ୍କର ଅବଦାନ ମଧ୍ୟ ଅତୁଳନୀୟ ବୋଲି ସେ ପ୍ରଶଂସା କରିଥିଲେ। ଏହା ସହିତ ନିକଟ ଅତୀତରେ ଝାରସୁଗୁଡା ଜିଲ୍ଲାରେ ଘଟିଯାଇଥିବା ମହାନଦୀ ଡଙ୍ଗାବୁଡି, ପୁରୀର ଅଗ୍ନିକାଣ୍ଡ ଏବଂ ପଶ୍ଚିମ ଓଡିଶାର ଅଂଶୁଘାତ ଜନିତ ମୃତ୍ୟୁ ନିମନ୍ତେ ସେ ଉଦବେଗ ପ୍ରକାଶ କରିଥିଲେ। ସେ କହିଥିଲେ ଯେ  ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ସମସ୍ୟା ପ୍ରତି ଆମେ ସବୁବେଳେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇ ଆସିଛୁ। ପ୍ରାକୃତିକ ବିପର୍ଯ୍ୟୟରେ ମଧ୍ୟ ଯେପରି କୌଣସି ଜୀବନ ହାନୀ ନ ହୁଏ ସେଥି ପ୍ରତି ଗୁରୁତ୍ୱ ଦେଇ ପ୍ରଚଳିତ ବ୍ୟବସ୍ଥାକୁ ଆମକୁ ସୁଦୃଢ କରିବାକୁ ହେବ। ସେଥି ପାଇଁ ଏ ସବୁର ସଫଳ ମୁକାବିଲା ନିମନ୍ତେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ମଧ୍ୟ ନିଆଯିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ। ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଆଗମନ ହୋଇଗଲାଣି ଏବେଠାରୁ ଆସନ୍ତା ଅକ୍ଟୋବର ମାସ ପର୍ଯ୍ୟନ୍ତ ଆମ ରାଜ୍ୟ ପାଇଁ ପ୍ରଚୁର ବୃଷ୍ଟିପାତ, ବନ୍ୟା, ବାତ୍ୟା ଆଦି ବିପର୍ଯ୍ୟୟର ସମ୍ଭାବନା ରହିଛି। ତେଣୁ ଏହି ସମୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଟେ। ଆମକୁ ବନ୍ୟା-ବାତ୍ୟା ମୁକାବିଲା ନିମନ୍ତେ ବିପର୍ଯ୍ୟୟ ପ୍ରସ୍ତୁତିର ଉପଯୁକ୍ତ ସମୀକ୍ଷା  କରିବାକୁ ହେବ ବୋଲି ସେ କହିଥିଲେ। ଏପରିକି କ୍ଷେତ୍ରୀୟ ସ୍ତର ପର୍ଯ୍ୟନ୍ତ ପ୍ରଶାସନକୁ ପରିସ୍ଥିତର ସାମନା କରିବା ପାଇଁ ସଜାଗ ରହିବାକୁ ପଡିବ। ଆଗୁଆ ସତର୍କ ସୂଚନା, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ, ପାନୀୟଜଳ ଯୋଗାଣ, ସ୍ୱାସ୍ଥ୍ୟ ବ୍ୟବସ୍ଥା, ପ୍ରାଣୀ ଚିକିତ୍ସା ଆଦି କ୍ଷେତ୍ରରେ ଉପଯୁକ୍ତ ପଦକ୍ଷେପମାନ ନିଆଯିବାର ଆବଶ୍ୟକତା ରହିଛି। ଓଡ୍ରାଫ ଏବଂ ଅଗ୍ନିଶମ ବାହିନୀ ମାନଙ୍କୁ ତ୍ୱରିତ ପଦକ୍ଷେପ ନିମନ୍ତେ ସର୍ବଦା ସଜାଗ ରହିବାକୁ ହେବ। ଅପହଞ୍ଚ ଇଲାକାରେ ପର୍ଯ୍ୟାପ୍ତ ଖାଦ୍ୟ ଏବଂ ଗୋଖାଦ୍ୟ ମହଜୁଦ ରହିବା ଆବଶ୍ୟକ। ସମସ୍ତ ଆଶ୍ରୟସ୍ଥଳୀ ମାନଙ୍କରେ ମଧ୍ୟ ପର୍ଯ୍ୟାପ୍ତ ଶୁଖିଲା ଖାଦ୍ୟ ଏବଂ ଯୋଗାଣ ସାମଗ୍ରୀ ଗଚ୍ଛିତ ରହିବା ଆବଶ୍ୟକ। ଏପରିକି ଗର୍ଭବତୀ ମାଆ, ଶିଶୁ ଏବଂ ରୋଗୀ/ ବୃଦ୍ଧ ମାନଙ୍କର ସ୍ୱତନ୍ତ୍ର ଧ୍ୟାନ ଦିଆଯିବ। ବିଭିନ୍ନ ବିଭାଗ, ଜିଲ୍ଲା ଏବଂ ବ୍ଲକ ମାନଙ୍କରେ ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟା ସକ୍ରିୟ ଭାବେ କାର୍ଯ୍ୟ କରିବ ବୋଲି ସେ କହିଥିଲେ। ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ତ୍ୱରିତ ପଦକ୍ଷେପ ନିଆଯିବ । ଆହତ ମାନଙ୍କୁ ଆଶୁଚିକିତ୍ସା ସହିତ ଉପଯୁକ୍ତ ଡାକ୍ତରୀ ଚିକିତ୍ସାର ମଧ୍ୟ ବ୍ୟବସ୍ଥା କରାଯିବ। ବିପର୍ଯ୍ୟୟ ପରେ କ୍ଷତିଗ୍ରସ୍ତ ଲୋକମାଙ୍କ କ୍ଷୟକ୍ଷତିର ଆକଳନ କରାଯାଇ ତୁରନ୍ତ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଥିଲେ। ଆମ ରାଜ୍ୟର ସମସ୍ତ ଜନତା ସେମାନଙ୍କ ଅଞ୍ଚଳର ସମ୍ଭାବ୍ୟ ବିପର୍ଯ୍ୟୟ ସମ୍ବନ୍ଧରେ ସଚେତନ ହେବା ସହ ଗ୍ରାମ ପଞ୍ଚାୟତ ସ୍ତରରେ ମଧ୍ୟ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସଜାଗ ରହିବାକୁ ସେ ପରାମର୍ଶ ଦେଇଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସାଂସଦ, ବିଧାୟକ ଓ ଅନ୍ୟ ସଦସ୍ୟମାନେ ବୈଠକରେ ସୁଚିନ୍ତିତ ମତାମତ ଦେଇଥିଲେ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In