• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବାତ୍ୟା: ୨ରୁ ୩ ମିଟର ଉଚ୍ଚର ମାଡ଼ି ଆସିବ ଜୁଆର !

by Voice of Victims
October 23, 2024
in ମୁଖ୍ୟ ଖବର, ରାଜ୍ୟ
ବାତ୍ୟା: ୨ରୁ ୩ ମିଟର ଉଚ୍ଚର ମାଡ଼ି ଆସିବ ଜୁଆର !

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ଦାନା ’। ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳର ଭାଗ ଛୁଇଁବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏହି ସୂଚନା ଦେଇଛନ୍ତି। ତେବେ ସବୁଠାରୁ ବଡ଼ କଥା ହେଉଛି  ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ୨ରୁ ୩ ମିଟର ଉଚ୍ଚର ଜୁଆର ମାଡ଼ି ଆସିବାର ସମ୍ଭାବନା ରହିଛି। ଶ୍ରୀ ଦାଶ କହିଛନ୍ତି, ବାତ୍ୟା ‘ଦାନା ’ ୧୫ କି.ମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ପାରାଦୀପଠୁ ୫୨୦ ଓ ସାଗର ଦ୍ୱୀପଠାରୁ ୬୦୦ କିମି ଦୂରରେ ରହିଛି। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି। ଉମାଶଙ୍କର ଦାଶ ଆହୁରି କହିଛନ୍ତି, ୨୪ ଓ ୨୫ ତାରିଖରେ ବାତ୍ୟାର ପ୍ରଭାବ ଅଧିକ ରହିବ। ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ସନ୍ଧ୍ୟାଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା,କଟକ, ପୁରୀ, ଗଞ୍ଜାମ ଓ ମୂୟରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ,ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଆଉ କିଛି ସ୍ଥାନରେ ୨୦ରୁ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In