ବାଲେଶ୍ୱର, (ଭିଓଭି)୧୪/୨ : – ବାଲେଶ୍ଵର ଜିଲ୍ଲା ରେମୁଣା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବାହାଳ ଗାଁର ସରସ୍ଵତୀ ଜେନା ରେମୁଣା ବ୍ଲକର ସଫଳ ମହିଳା ଉଦ୍ୟୋଗୀ ଭାବେ ଉପମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସମ୍ମାନିତ ହୋଇଛନ୍ତି । ବିୟୁଟି ପାର୍ଲର ପ୍ରଶିକ୍ଷଣ ନେଇ ସରକାରଙ୍କ ସୁଭଦ୍ରା ଯୋଜନା ସହାୟତାରେ ସେ ଲକ୍ଷପତି ଦିଦି ଭାବରେ ଆତ୍ମନିର୍ଭରଶୀଳ ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇପାରିଛନ୍ତି ।

ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ ଅବସରରେ ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସମ୍ମାନିତ କରିଛନ୍ତି । ଏହି ଅବସରରେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସମେତ ଅନ୍ୟ ଅତିଥି ଉପସ୍ଥିତ ଥିଲେ । ଶ୍ରୀମତୀ ଜେନା ଅଧିକ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରାଇବା ଦିଗରେ ଉଦ୍ୟମ କରିବେ ବୋଲି କହିଛନ୍ତି ।
