• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ୟୁଜିସିର ନୂଆ ନିୟମ ଉପରେ ସୁପ୍ରିମକୋର୍ଟଙ୍କ ରୋକ୍, ମାର୍ଚ୍ଚ୧୯ରେ ମାମଲାର ଆଗାମୀ ଶୁଣାଣି

by Voice of Victims
January 29, 2026
in ଦେଶ ବିଦେଶ, ମୁଖ୍ୟ ଖବର
ବିଧାୟକଙ୍କ ଦ୍ଵାରା ଇଭିଏମ୍ ଭାଙ୍ଗିବା ପ୍ରସଙ୍ଗରେ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ : ୟୁଜିସିର ନୂଆ ନିୟମ ଉପରେ ସୁପ୍ରିମକୋର୍ଟଙ୍କ ରୋକ୍ । ପରବର୍ତ୍ତୀ ଆଦେଶ ଯାଏଁ ୟୁଜିସିର ନୂଆ ନିୟମ ଉପରେ ରହିତାଦେଶ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ମାର୍ଚ୍ଚ ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କୁ ନେଇ ଗଠିତ ଖଣ୍ଡପୀଠ ‘ୟୁଜିସି ନିୟମାବଳୀ, ୨୦୨୬’ କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ୟୁଜିସି ନୂଆ ନିୟମଗୁଡ଼ିକ ପ୍ରାଥମିକ ଦୃଷ୍ଟିରୁ “ଅସ୍ପଷ୍ଟ” ଓ ଏହାର “ଅପବ୍ୟବହାର ହେବାର ସମ୍ଭାବନା” ଥିବା ସୁପ୍ରିମକୋର୍ଟ କହିଛନ୍ତି । ଶିକ୍ଷାନୁଷ୍ଠାନରେ ମୁକ୍ତ, ସମାନ ଓ ସମାବେଶୀ ବାତାବରଣ” ରହୁ ବୋଲି କୋର୍ଟ ଚାହୁଁଛନ୍ତି । କୋର୍ଟ କହିଛନ୍ତି ଯେ, UGC ର ଏହି ନୂଆ ନିୟମ ସମାଜକୁ ବିଭାଜିତ କରିବାର ସାମର୍ଥ୍ୟ ରଖୁଛି । ବର୍ତ୍ତମାନ ପାଇଁ ୨୦୨୬ ନିୟମ ପରିବର୍ତ୍ତେ ପୂର୍ବରୁ ଥିବା ୨୦୧୨ ନିୟମାବଳୀ ଅନୁଯାୟୀ କାର୍ଯ୍ୟ ଜାରି ରହିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଦେଶର କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଜାତିଗତ ଭେଦଭାବ ରୋକିବା ପାଇଁ ଏକ ନୂଆ ନିୟମାବଳୀ ଆଣିଛନ୍ତି । UGC ର ନୂଆ ‘ଉଚ୍ଚଶିକ୍ଷା ଅନୁଷ୍ଠାନରେ ସମାନତା ପ୍ରୋତ୍ସାହନ ନିୟମାବଳୀ ୨୦୨୬’ କୁ ନେଇ ବିରୋଧ ହେଉଛି । ଜାତି, ଧର୍ମ, ଲିଙ୍ଗ ଏବଂ ଭିନ୍ନକ୍ଷମଙ୍କ ପ୍ରତି ହେଉଥିବା ଭେଦଭାବ ବିରୋଧରେ କଡ଼ା ପଦକ୍ଷେପ ନିଆଯିବ । କମିଟିଗୁଡ଼ିକରେ SC/ST/OBC, ମହିଳା ଏବଂ ଭିନ୍ନକ୍ଷମ ସଦସ୍ୟ ରହିବା ବାଧ୍ୟତାମୂଳକ । ନିୟମ ନ ମାନିଲେ କଲେଜର ଅନୁଦାନ ବନ୍ଦ ହେବ ଏବଂ ଡିଗ୍ରୀର ମାନ୍ୟତା ରଦ୍ଦ ହୋଇପାରେ । ତେବେ ଏହି ମାମଲାରେ କେନ୍ଦ୍ର ସରକାର ଓ ୟୁଜିସିଙ୍କୁ ନୋଟିସ୍ ଜାରି କରିଛନ୍ତି । ମାର୍ଚ୍ଚ ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Post Views: 58
Share204Tweet128Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In