ପୋଡପିଠା ଓ ପାନ ଖାଇ, ଦୋଳି ଖେଳି, ରଜ ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ...
