ନବରଙ୍ଗପୁରରେ ପୋଲିଂ ଅଧିକାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ, ସହାୟତା ଘୋଷଣା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲାରେ ଅଲେଖ ରନ୍ଧାରୀ ନାମକ ଜଣେ କର୍ତ୍ତବ୍ୟରତ ପଞ୍ଚମ ପୋଲିଂ ଅଧିକାରୀଙ୍କର ଦୁର୍ଘଟଣାରେ ଦୁଃଖଦ ମୃତ୍ୟୁ ହୋଇଛି । ସେ ଡିସ୍ପର୍ସାଲ୍ ସେଣ୍ଟରରୁ ବୁଥ୍ ଅଭିମୁଖେ ଯାଉଥିବାବେଳେ ଉମରକୋଟ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇ ମୃତ୍ୟୁବରଣ କରିଛନ୍ତି। ...
