• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୧୦ ଡିଗ୍ରୀ ତଳେ ୯ ସହରର ପାରଦ, ଆହୁରି ୪୮ ଘଣ୍ଟା ପ୍ରବଳ ଶୀତ

by Voice of Victims
December 15, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୧୦ ଡିଗ୍ରୀ ତଳେ ୯ ସହରର ପାରଦ, ଆହୁରି ୪୮ ଘଣ୍ଟା ପ୍ରବଳ ଶୀତ

ଭୁବନେଶ୍ୱର : ରାଜ୍ୟରେ ଶୀତର ଲହରୀ ବୃଦ୍ଧି ପାଇଥିବା ବେଳେ ୯ ସହରର ପାରଦ ୧୦ ଡିଗ୍ରୀ ତଳେ ରହିଛି। ଗତ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୬.୦୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ା ଓ ରାଉରକେଲାରେ ୬.୮ ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ, ଅନୁଗୁଳରେ ୯.୦ଂ, କେନ୍ଦୁଝରରେ ୯.୨ଂ , ସୁନ୍ଦରଗଡ଼ ଓ ଭବାନୀପାଟଣାରେ ୯.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଟିଟିଲାଗଡ଼ରେ ୧୧.୪, ଜଗତସିଂହପୁରରେ ୧୧.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଭୁବନେଶ୍ୱରରେ ୧୩ ଡିଗ୍ରୀ ଓ କଟକରେ ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ତେବେ ରାଜ୍ୟରେ ଆହୁରି ୪୮ ଘଣ୍ଟା ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨ ଦିନ ଆଭ୍ୟନ୍ତରୀଣରୁ ଉପକୂଳ ଓଡି଼ଶାରେ ଶୀତର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡା ଓ ସୁନ୍ଦରଗଡକୁ ଶୀତ ଲହରୀ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁନ୍ଦରଗଡ଼ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ସେପଟେ ୪୮ଘଣ୍ଟା ପାଇଁ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବାର ନାହିଁ, ପରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବା ନେଇ ବିଭାଗ ଆକଳନ କରିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଯାହା ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପ ନେବ। ଯଦିଓ ଓଡି଼ଶା ଉପରେ ବିଶେଷ ପ୍ରଭାବ ନାହିଁ କିନ୍ତୁ ଏହାର ପ୍ରଭାବରେ ୧୭ ତାରିଖରୁ ଓଡ଼ିଶାରେ ମେଘୁଆ ପାଗ ସହ ବର୍ଷାର ସମ୍ଭାବନା ରହିଛି। ୧୭ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡା ଓ କୋରାପୁଟ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ। ସେହିପରି ୧୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡା, ଖୋର୍ଦ୍ଧା, ନୟାଗଡ, କୋରାପୁଟ ଓ ମାଲକାନଗିରି ଜିଲ୍ଲା ଏବଂ ୧୯ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପୁଣି ୨୦ ତାରିଖ ପରଠୁ ଶୁଖିଲା ପାଗ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Post Views: 54
Tags: Temperatures in 9 cities below 10 degrees
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In