• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଣପୁରରେ ଓଡିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ବାର୍ଷିକୀ ପାଳିତ

by Voice of Victims
March 5, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରଣପୁରରେ ଓଡିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ବାର୍ଷିକୀ ପାଳିତ

ରଣପୁର (ଭିଓଭି) : ସାରା ରାଜ୍ୟରେ ମାର୍ଚ୍ଚ ୫ ତାରିଖରେ ଓଡିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ପାଳନ ହେଉଛି | ଆଜି ହେଉଛି ସେହି ପ୍ରବାଦ ପୁରୁଷଙ୍କ ୧୦୮ତମ ଜନ୍ମବାର୍ଷିକୀ | ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ ବିଜୁ ବାବୁ ଜନ୍ମ ଗ୍ରହଣ କରିଥିଲେ | ସ୍ୱାଧୀନତା ସଂଗ୍ରାମର ବହ୍ନି ପିଲାଟି ଦିନରୁ ତାଙ୍କ ଭିତରେ ଜାଗି ଉଠିଥିଲା | ଗାନ୍ଧିଜୀଙ୍କ ଆହ୍ୱାନରେ ସେ ୧୯୪୨ ମସିହାରେ ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିଲେ | ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବରହରଲାଲ ନେହେରୁଙ୍କ ସେ ଅତିପ୍ରିୟ ଅନୁଗତ ଥିଲେ | ସ୍ୱାଧୀନତା ପରେ ଓଡିଶାକୁ ଏକ ସମୃଦ୍ଧ ରାଜ୍ୟ ଭାବେ ଗଢି ତୋଳିବାର ସ୍ବପ୍ନ ଦେଖିଥିଲେ | ୬୦ ଦଶକର ଆରମ୍ଭରେ ରାଜ୍ୟ କଂଗ୍ରେସର ମଙ୍ଗ ଧରିଥିଲେ | ତାଙ୍କ ନେତୃତ୍ୱରେ ୧୪୦ ରୁ ୮୨ ଆସନ କଂଗ୍ରେସ ଜିତିଥିଲା | ୧୯୬୧ ମସିହାରେ ମାତ୍ର ୪୫ ବର୍ଷ ବୟସରେ ସେ ହୋଇଥିଲେ ଓଡିଶାର ମୁଖ୍ୟମନ୍ତ୍ରୀ | ବିଜୁ ବାବୁଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି କୁହାଯାଏ | ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ପାଇଁ ସେ ପଦକ୍ଷେପ ନେଇଥିଲେ ବୋଲି କୁହାଯାଏ |

ଏହି ଅବସରରେ ରଣପୁରରେ ବିଜୁ ଜୟନ୍ତୀ ପାଳିତ ହୋଇ ଯାଇଛି | ପ୍ରଥମେ ପଞ୍ଚୁଦୋଳ ପଡିଆରେ ଶହୀଦ ରଘୁଦିବାକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ କାର୍ଯ୍ୟକ୍ରମର ଅୟମ ଆରମ୍ଭ କରାଯାଇଥିଲା | ଏହା ପରେ ପଞ୍ଚୁଦୋଳ ପଡିଆ ଠାରୁ ମଣିନାଗ ମନ୍ଦିର ପର୍ଯ୍ୟନ୍ତ ଏକ ସାଇକେଲ ଶୋଭାଯାତ୍ରା କରାଯାଇଥିଲା | ଏହା ପରେ ମଣିନାଗ କଲ୍ୟାଣ ମଣ୍ଡପ ଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୁନଃ ସ୍ଥାପନା କରାଯାଇଥିଲା | ଏହା ସହିତ ରଣପୁର ଡାକ୍ତରଖାନାରେ ଥିବା ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା | ଅପରାହ୍ନରେ ପଞ୍ଚୁଦୋଳ ପଡିଆରେ ଏକ ସଭାକାର୍ଯ୍ୟ ଆୟୋଜନ କରାଯାଇ ବିଜୁ ବାବୁଙ୍କ ଜୀବନୀ କଥା ପ୍ରଦର୍ଶନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ଉପାଧ୍ୟକ୍ଷ ବିଶ୍ୱରଂଜନ ପଟ୍ଟନାୟକ, ନଗର ସଭାପତି ଲିଙ୍ଗରାଜ ନାୟକ, ସାଂସଦ ପ୍ରତିନିଧି ସ୍ୱରାଜ ମହାନ୍ତି, ବ୍ଲକ ସଭାପତି ସଚିକାନ୍ତ ଷଡ଼ଙ୍ଗୀ, କିଶୋର ପଟ୍ଟନାୟକ, ଆଇନୀଜୀବୀ ବନମାଳୀ ମହାପାତ୍ର, ସୁଦର୍ଶନ ମାନସିଂହ, ଦିନେଶ ପରିଡା, କାମଳାକ୍ଷୀ ଦେବୀଦର୍ଶିନୀଙ୍କ ସମେତ ସମସ୍ତ କାଉନସିଲର, ସରପଞ୍ଚ, ସମିତିସଭ୍ୟ ଓ ସମସ୍ତ ବିଜେଡି କର୍ମୀ ଉପସ୍ଥିତ ଥିଲେ |

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In