• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
September 12, 2024
in ମୁଖ୍ୟ ଖବର, ରାଜ୍ୟ
୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇ କହିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ପାଇଁ ପ୍ରଥମ କର୍ମନିଯୁକ୍ତିର ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଓ ଆନନ୍ଦଦାୟକ ହୋଇଥାଏ। ଆଜି ଆପଣମାନେ ଲୋକଙ୍କ ସେବାରେ ନିଯୁକ୍ତ ହେଉଛନ୍ତି। ଏହି ସେବା କେବଳ ଏକ କର୍ମନିଯୁକ୍ତି ନୁହେଁ, ଏହା ଆପଣମାନଙ୍କ ପାଇଁ ଏକ ଗୁରୁଦାୟିତ୍ୱ। ଗଣତନ୍ତ୍ରରେ ସରକାର ହେଉଛନ୍ତି ଲୋକଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ଜନସାଧାରଣଙ୍କ ସମସ୍ୟା ଓ ତା’ର ସମାଧାନ, ସରକାର ଓ ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାରଙ୍କ ଜନହିତକାରୀ ଯୋଜନାର ସୁଫଳ କିଭଳି ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ପହଞ୍ଚି ପାରିବ, ଏହାକୁ ନିଶ୍ଚିତ କରିବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାର ଯୋଜନା ଓ କାର୍ଯ୍ୟକ୍ରମ ତିଆରି କରିବେ। କିନ୍ତୁ ସେ ସବୁକୁ ପରିଚାଳନା ଓ କାର୍ଯ୍ୟକାରୀ କରିବା ଆପଣମାନଙ୍କ ଦାୟିତ୍ୱ। ଆପଣମାନଙ୍କ ନିଷ୍ଠା ଓ କର୍ମପ୍ରବଣତା ଯଦି ଜନ ସାଧାରଣଙ୍କ ମୁହଁରେ ହସ ଫୁଟାଇ ପାରିଲା, ତେବେ ତାହା ହିଁ ହେବ ଆପଣଙ୍କ ନିଯୁକ୍ତିର ଯଥାର୍ଥତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ, ପୂର୍ବ ସରକାର, ସରକାରୀ ଚାକିରୀରେ ପଦବୀ ପୂରଣ ଓ ଆତ୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଥିଲେ। ଆମ ନୂଆ ସରକାର ନିଷ୍ପତ୍ତି ନେଇଛନ୍ତି ଆଗାମୀ ୫ ବର୍ଷ ମଧ୍ୟରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ। ଆଜି ଏହାର ମୂଳଦୁଆ ପଡିଲା। ଏଣିକି ସବୁ ଚୟନ ପଦ୍ଧତି ମେରିଟ୍ ଆଧାରରେ ହେବ। ଏଥି ସହିତ ଶିଳ୍ପ କ୍ଷେତ୍ରରେ ୩.୫୦ ଲକ୍ଷ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆମେ ପଦକ୍ଷେପ ନେଉଛୁ ବୋଲି ସେ କହିଥିଲେ। ନୂତନ ଭାବେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ କର୍ମ କ୍ଷେତ୍ରରେ କର୍ତ୍ତବ୍ୟପରାୟଣତା, ସମୟାନୁବର୍ତ୍ତିତା, ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେବା ସହିତ ଲୋକଙ୍କ ଅଭିଯୋଗ ଶୁଣାଣୀକୁ ପ୍ରାଥମିକତା ଦେଇ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ସୂଚନାଯୋଗ୍ୟ ଯେ, ଆଜି ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ୮୨ ଜଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୩୯ ଜଣ, ଉଚ୍ଚଶିକ୍ଷା ବିଭାଗର ୨୪ ଜଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨୩୧ ଜଣ, ସୂଚନା ଓ ଲୋକସଂପର୍କ ବିଭାଗର ୫ ଜଣ, ଯୋଜନା ଓ ସଂଯୋଜନ ବିଭାଗର ୬୧ ଜଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ବିଭାଗର ୩୪ ଜଣ – ଏହିପରି ସର୍ବମୋଟ ୪୭୬ ଜଣ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ଅଛନ୍ତି। ତନ୍ମଧ୍ୟରେ ଗ୍ରୁପ-ଏ ବର୍ଗର ୯୮ ଜଣ ଅଧିକାରୀ, ଗ୍ରୁପ-ବି ବର୍ଗର ୧୩୦ ଜଣ ଅଧିକାରୀ ଏବଂ ଗ୍ରୁପ-ସି ବର୍ଗର ୨୪୮ ଜଣ କର୍ମଚାରୀ ଅଛନ୍ତି। କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 25
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In