• About Us
  • Contact Us
Wednesday, September 3, 2025
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଚାରଟି ଜିଲ୍ଲାର ଜଳସେଚନ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ ବିଭିନ୍ନ ପ୍ରକଳ୍ପ

by Voice of Victims
February 14, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଚାରଟି ଜିଲ୍ଲାର ଜଳସେଚନ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ ବିଭିନ୍ନ ପ୍ରକଳ୍ପ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲା ପାଇଁ ବିଭିନ୍ନ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ହେଲା- କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ, ଅନୁଗୋଳ ଜିଲ୍ଲାର ମନଯୋର ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜ କେନାଲ ସିଷ୍ଟମ। ଏହି ପ୍ରକଳ୍ପ ଗୁଡିକ ମାଧ୍ୟମରେ କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ଚାଷ ଜମିକୁ ଜଳସେଚନ ସୁବିଧା ଉପଲବ୍ଧ ହେବ। ୩୨ ହଜାର ଏକରରୁ ଅଧିକ ଜମିକୁ ପାଣି ମିଳିବ। ସୂଚନାଯୋଗ୍ୟ ଯେ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜର କେନାଲ ପ୍ରଣାଳୀ କାମ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ ଏହାର ୨୭.୫ କିମି ଦର୍ପଣି ବ୍ରାଞ୍ଚ କେନାଲ ଓ ୧୯.୫ କିମି ନରସିଂହପୁର ବ୍ରାଞ୍ଚ କାମ ସମ୍ପୁର୍ଣ୍ଣ ହୋଇଛି ଏବଂ ଏହାର ଭୂତଳ ପାଇପଲାଇନ କାମ ମଧ୍ୟ ସରିଛି। ଏହା ଦ୍ୱାରା କଟକ ଜିଲ୍ଲାର ଆଠଗଡ ଓ ତିଗିରିଆ ବ୍ଲକ ଏବଂ ଢେଙ୍କାନାଳ ବ୍ଳକ୍‌ର ୧୫ ହଜାର ଏକର ଜମିକୁ ଜଳସେଚନ ସୁବିଧା ମିଳିପାରିଛି । ସେହିପରି ଆଠମଲ୍ଲିକରେ ମନଯୋର ପ୍ରକଳ୍ପର ସଂପ୍ରସାରଣ ମଧ୍ୟ ସଂପୂର୍ଣ୍ଣ ହୋଇଛି । ଏହାଦ୍ବାରା ଆଠମଲ୍ଲିକ ବ୍ଲକ ଓ ଏନଏସିର ୨୮ଟି ଗାଁର ୫ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିପାରିଛି। ସାନ୍ଦୁଲ ବ୍ୟାରେଜ ପ୍ରକଳ୍ପ ଶେଷ ହୋଇଛି। ଜଳସେଚନ ପାଇଁ ଭୂତଳ ପାଇପ ଲାଇନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଆଜି ଭିତ୍ତିପ୍ରସ୍ତର ଦେଇଛନ୍ତି । ଏହାଦ୍ବାରା କଳାହାଣ୍ଡି ଜିଲ୍ଲାର କେସିଙ୍ଗା, କର୍ଲାମୁଣ୍ଡା ଓ ନର୍ଲା ବ୍ଳକ୍‌ର ୨୯ଟି ଗାଁର ୧୨,୫୦୦ ଏକର ଚାଷଜମିକୁ ଜଳସେଚନ ସୁବିଧା ମିଳିପାରିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ 5T ଉପକ୍ରମରେ ରାଜ୍ୟରେ ବିଭିନ୍ନ ଜଳସେଚନ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ଶେଷ କରାଯାଉଛି। ଗତ ଏକ ବର୍ଷ ମଧ୍ୟରେ ଅପର ଇନ୍ଦ୍ରାବତୀ, ଲୋୟର ଇନ୍ଦ୍ର, ଦେଓ, ସୁବର୍ଣ୍ଣରେଖା, ଲୋୟର ସୁକତେଲ ପରି ବଡ ବଡ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମ୍ପନ୍ନ କରାଯାଇ ପାଣି ଯୋଗାଇ ଦିଆଯାଉଛି। ମୁଖ୍ୟମନ୍ତ୍ରୀ କୃଷି ଓ କୃଷକଙ୍କ କଲ୍ୟାଣ ସମ୍ପର୍କରେ ଆଲୋକପାତ କରି କହିଥିଲେ ଯେ ଚାଷୀର କଲ୍ୟାଣ ଓ କୃଷିର ବିକାଶକୁ ସେ ସବୁବେଳେ ପ୍ରାଧାନ୍ୟ ଦେଇ ଆସିଛନ୍ତି। ସେ ସବୁବେଳେ ଭୁବନେଶ୍ୱରରେ ରାଜ୍ୟର ବିଭିନ୍ନ ଅଞ୍ଚଳର ଚାଷୀ ଭାଇ ଭଉଣୀମାନଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରୁଛନ୍ତି। ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣ ଯୋଜନା ସଫଳ ଭାବେ କାର୍ଯ୍ୟକାରୀ ହେଉଛି ବୋଲି ଜାଣି ସେ ଖୁସୀ ବ୍ୟକ୍ତ କରିଥିଲେ।
                      ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ କାଳିଆ ଯୋଜନା, ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା, ମାଗଣାରେ ଫସଲବୀମା ସୁବିଧା, ଚାଷୀ ପରିବାରର ପିଲାଙ୍କ ପାଇଁ ଛାତ୍ରବୃତ୍ତି ବ୍ୟବସ୍ଥା ଏବଂ ଚାଷୀ ଭାଇ ଭଉଣୀଙ୍କ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। ବିଭିନ୍ନ କଲ୍ୟାଣକାରୀ ଓ ବିକାଶମୂଳକ ଯୋଜନା ସହ ରାଜ୍ୟର ଚାଷୀ ପରିବାର ଯୋଡି ହୋଇ ରହିଛନ୍ତି। ମିଶନ ଶକ୍ତି କାର୍ଯ୍ୟକ୍ରମରେ ଚାଷୀ ପରିବାରର ମା’ମାନେ ସବୁଠାରୁ ଅଧିକ ସାମିଲ ହୋଇଛନ୍ତି ବୋଲି ସେ କହିବା ସହିତ ଆମର ନୂଆ କାର୍ଯ୍ୟକ୍ରମ ‘ଆମ ଓଡିଶା ନବୀନ ଓଡିଶା’ ଓ ‘ଲକ୍ଷ୍ମୀ’ ଯୋଜନାରେ ଚାଷୀ ଭାଇ ଭଉଣୀମାନେ ସବୁଠାରୁ ଅଧିକ ଉପକୃତ ହେବେ ବୋଲି କହିଥିଲେ। ଚାଷୀ ଭାଇଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ। ଚାଷୀମାନେ ହେଉଛନ୍ତି ଆମ ଅର୍ଥନୀତିର ସାରଥୀ ବୋଲି କହି ସେମାନଙ୍କ ସହିତ ମୁଁ ସବୁବେଳେ ରହିଛି, ସେମାନଙ୍କ ପାଇଁ କାମ କରୁଛି ଓ କରୁଥିବି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ବଲାଙ୍ଗିରଠାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଉପସ୍ଥିତ ରହି ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଦାୟିତ୍ୱ ନେବାଠାରୁ ଏହି ୨୪ ବର୍ଷ ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ଚାଷୀର ଉନ୍ନତି ଓ ସମୃଦ୍ଧିକୁ ଗୁରୁତ୍ୱ ଦେଇ ଆସିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ଜଳସେଚନ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଘଟିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଉଦ୍ୟମ ବଳରେ ଆଜି ରାଜ୍ୟର କେବଳ ପୁରୁଷ ଚାଷୀମାନେ ନୁହେଁ, ମହିଳା ଚାଷୀମାନେ ମଧ୍ୟ ଆଗକୁ ଆସି କୃଷି କ୍ଷେତ୍ରରେ ସଫଳତା ପାଉଛନ୍ତି। ଢେଙ୍କାନାଳରେ ଉପସ୍ଥିତ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ୫୦ ବର୍ଷ ମଧ୍ୟରେ ଜଳସେଚନ କ୍ଷେତ୍ରରେ ଯାହା ହୋଇନଥିଲା, ୨୪ ବର୍ଷ ମଧ୍ୟରେ ଜଳସେଚନ କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣି ମୁଖ୍ୟମନ୍ତ୍ରୀ ତାହା କରି ଦେଖାଇଛନ୍ତି। ଯଦି ଚାଷ ଜମିକୁ ସଠିକ ଭାବେ ଜଳସେଚନ ଯୋଗାଇ ଦିଆଯିବ ତେବେ କୃଷକର ସବୁ ସମସ୍ୟା ଦୂର ହୋଇଯିବ ଏହି କଥାକୁ ହୃଦୟଙ୍ଗମ କରି ମୁଖ୍ୟମନ୍ତ୍ରୀ ଜଳସେଚନ କ୍ଷେତ୍ରର ବିକାଶ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମକୁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ ଉପସ୍ଥିତ ଚାଷୀ ଭାଇଭଉଣୀମାନଙ୍କୁ କହିଥିଲେ ଯେ ରାଜ୍ୟ କ୍ୟାବିନେଟରେ ‘ନୂଆ-ଓ ଛାତ୍ରବୃତ୍ତି’ ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିରେ ଛାତ୍ର ମାନଙ୍କ ପାଇଁ ୯ ହଜାର ଓ ଛାତ୍ରୀମାନଙ୍କ ପାଇଁ ୧୦ ହଜାର ଟଙ୍କାର ବାର୍ଷିକ ବୃତ୍ତି ରହିଛି। ଏହି ଯୋଜନା ବିଷୟରେ ଆପଣମାନେ ଘରେ ପିଲାମାନଙ୍କୁ ଜଣାନ୍ତୁ ଓ ଏହାର ସୁଯୋଗ ଲାଭ କରନ୍ତୁ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ କଳାହାଣ୍ଡିରେ ଉପସ୍ଥିତ ବିଧାୟକ ଶ୍ରୀ ଭୁପିନ୍ଦର ସିଂ ଏବଂ ଢେଙ୍କାନାଳରେ ଉପସ୍ଥିତ ବିଧାୟକ ଶ୍ରୀ ସୁଧିର କୁମାର ସାମଲ ମୁଖ୍ୟମନ୍ତ୍ରୀଙ୍କ ଏହି ଚାଷୀ ହିତୈଷୀ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହିତ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ଆଠମଲିକର ୨ଜଣ ଚାଷୀ ସନ୍ତୋଷ ଷଣ୍ଢ ଓ ତପନ ପାତ୍ର ପୂର୍ବରୁ ସେମାନେ ଚାଷ ପାଇଁ ବର୍ଷା ଜଳ ଉପରେ ନିର୍ଭର କରୁଥିଲେ, ଏବେ ମନଯୋର ପ୍ରକଳ୍ପ ମାଧ୍ୟମରେ ସଠିକ ଭାବେ ଚାଷ କରି ଜମିରୁ ଅଧିକ ଫସଲ ଅମଳ କରି ଲାଭବାନ ହେବେ ବୋଲି କହିଥିଲେ ଏବଂ ଏଥି ପାଇଁ ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ରାଜ୍ୟ ଉନ୍ନୟନ କମିଶନର ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ଜଳ ସମ୍ପଦର ବିକାଶକୁ ରାଜ୍ୟ ସରକାର ସବୁବେଳେ ଗୁରୁତ୍ୱ ଦେଇ ଆସୁଛନ୍ତି। କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ପ୍ରକଳ୍ପ 5T ଉପକ୍ରମରେ ଆରମ୍ଭ ହୋଇ ଧାର୍ଯ୍ୟ ସମୟର ୫ ମାସ ପୂର୍ବରୁ ଶେଷ ହୋଇଛି। ଆଜି କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଗୁଡିକ ଚାଷୀ ଭାଇଭଉଣୀମାନଙ୍କ ପାଇଁ ବହୁ ଉପଯୋଗୀ ହେବ ବୋଲି ସେ କହିଥିଲେ। ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 109
Share198Tweet124Send
Voice of Victims

Voice of Victims

Recent Posts

  • ସମ୍ପୂର୍ଣ୍ଣ ହେଲା ଶ୍ରୀଗଣେଶଙ୍କର ଭସାଣି , ପାରମ୍ପରିକ ବାଦ୍ୟରେ ମେଲାଣି
  • ଲଘୁଚାପ ବର୍ଷାରେ କୃତ୍ରିମ ବନ୍ୟାର ସ୍ଥିତି
  • ସକ୍ରିୟ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ ; ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା
  • ପକ୍ଷୀ ମାଡ଼ ଯୋଗୁଁ ନାଗପୁରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ, ବର୍ତ୍ତିଗଲା ୨୭୨ ଯାତ୍ରୀଙ୍କ ଜୀବନ
  • ପୋଲିସ ହେପାଜତରୁ ଫେରାର ହେଲେ ଆପ୍ ବିଧାୟକ, ପୋଲିସକୁ ମାରିଲେ ଗୁଳି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In