• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 5, 2025
in ମୁଖ୍ୟ ଖବର, ରାଜ୍ୟ
‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଖୋର୍ଦ୍ଧାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶାର’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତି ଗ୍ରାମସଭାରେ ପ୍ରସ୍ତୁତ ହେବ ଏହି ଯୋଜନା ତାଲିକା । ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ । ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ । ମୋଟ ପାଣ୍ଠିର ୪୦ ପ୍ରତିଶତ କେବଳ ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍ ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ। ତେବେ ପଞ୍ଚାୟତକୁ ମିଳିଥିବା ମୋଟ ପାଣ୍ଠିର ୩୫ ପ୍ରତିଶତ କେବଳ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେବ । ଏହାଠାରୁ ଅଧିକ ଟଙ୍କା ରାସ୍ତା ନିର୍ମାଣ ପାଇଁ ଖର୍ଚ କରିହେବନି। ସଂରକ୍ଷିତ ଜଙ୍ଗଲ ଓ ଜଙ୍ଗଲ ଅଞ୍ଚଳ ଭିତରେ ରହୁଥିବା ଲୋକଙ୍କ ପାଇଁ ମଧ୍ୟ ମେଟାଲିଂ ମାନର ରାସ୍ତା ନିର୍ମାଣ କରଯିବ । ପୂର୍ବରୁ ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ଜଙ୍ଗଲ ଅଞ୍ଚଳରେ ରାସ୍ତା ତିଆରି ଉପରେ କଟକଣା ଥିଲା । ଏଣିକି ଏହି ଯୋଜନା ଅଧୀନରେ ପ୍ରତି ବ୍ଲକରେ ରିଡିଂ ରୁମ୍ ବା ପଠନ ଗୃହ ବ୍ୟବସ୍ଥା କରାଯିବ । ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ। ପୂର୍ବାହ୍ନ ୯ଟାରୁ ରାତି ୯ଟା ଯିଏ ଏହା ଖୋଲା ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନେ ଏଠାରେ ସ୍ୱଳ୍ପ ଦେୟ ଦେଇ ଆରାମରେ ବସି ପଢ଼ିପାରିବେ। ସେହିଭଳି ପଞ୍ଚାୟତରେ କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗି ରୁମ୍, ମାର୍କେଟ୍ ସେଡ୍ ତିଆରି ପାଇଁ ଟଙ୍କା ମିଳିବ । ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ତିଆରି ହେବ । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଥିଲେ ।

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In