• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭୁବନେଶ୍ବରରେ ଜନଜାତୀୟ ଗୌରବ ଦିବସ, ୧୫୩୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Voice of Victims
November 15, 2024
in ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ବରରେ ଜନଜାତୀୟ ଗୌରବ ଦିବସ, ୧୫୩୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ମହାସମାରୋହରେ ପାଳିତ ହୋଇଛି ଜନଜାତୀୟ ଗୌରବ ଦିବସ। ଦେଶ ବ୍ୟାପୀ ପାଳିତ ହେଉଥିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉତ୍ସବ ବିହାରର ଜାମୁଇ ଠାରେ ପାଳନ କରାଯାଇଥିବା ବେଳେ ଭୁବନେଶ୍ବରର ଜନତା ମଇଦାନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଆଭାସୀ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନଜାତି ମାନଙ୍କ ବିକାଶ ପାଇଁ ୧୫୩୫ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଛନ୍ତି। କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଭଗବାନ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ବିର୍ସା ମୁଣ୍ଡା ଆମ ସ୍ବାଧୀନତା ସଂଗ୍ରାମର ଏକ ଅନନ୍ୟ ଯୋଦ୍ଧା। ବିର୍ସା ମୁଣ୍ଡାଙ୍କ ସଂଗ୍ରାମର କାହାଣୀ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିଛି ଓ ରହିବ ବୋଲି ସେ କହିଥିଲେ। ଆଦିବାସୀ ମାନଙ୍କ ଉନ୍ନତି ପାଇଁ ତାଙ୍କ ଅବଦାନକୁ ଦେଶ ଓ ଜାତି କେବେ ଭୁଲିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ହେଉଛି ଆମ ଜନଜାତି ସମ୍ପ୍ରଦାୟଙ୍କ ସମୃଦ୍ଧ ପରମ୍ପରାକୁ ସମ୍ମାନ ଜଣାଇବାର ଦିବସ। ଏହି ଅବସରରେ ସେ ମହାନ୍ ସଂଗ୍ରାମୀ ଶହୀଦ୍ ଲକ୍ଷ୍ମଣ ନାୟକ, ରତ୍ନା ନାୟକ, ଚକରା ବିଷୋଇ, ଦୋରା ବିଷୋଇ, ରେଣ୍ଡୋ ମାଝୀଙ୍କ ପରି ଦେଶ ଭକ୍ତଙ୍କ ବଳୀଦାନ ଓ ତ୍ୟାଗକୁ ମଧ୍ୟ ସ୍ମରଣ କରିଥିଲେ। ଏହି ମହାନ୍ ସଂଗ୍ରାମୀ ମାନେ ଆମ ଦେଶର ଇତିହାସ ଓ ସଂସ୍କୃତିକୁ ନୂତନ ରୂପ ଦେବାରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି ବୋଲି ସେ କହିଥିଲେ। ବିର୍ସା ମୁଣ୍ଡାଙ୍କ ସ୍ମୃତିକୁ ଉଜ୍ଜିବୀତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ୟମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଜନଜାତୀୟ ଗୌରବ ଦିବସର ପବିତ୍ର ଅବସରରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ବିହାରର ଜାମୁଇଠାରେ ଉପସ୍ଥିତ ରହି ‘ଧର୍‌ତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଯୋଜନା’ ଅଧୀନରେ ଅନେକ କଲ୍ୟାଣକାରୀ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି। ଏହି ଅଭିଯାନର ମୂଳ ଲକ୍ଷ୍ୟ ରହିଛି ଜନଜାତି ସମ୍ପ୍ରଦାୟଙ୍କ ସ୍ବାସ୍ଥ୍ୟ, ଶିକ୍ଷା, ଜୀବନ ଜୀବିକା ଓ ଭିତ୍ତିଭୂମି କ୍ଷେତ୍ରରେ ରହିଥିବା ତାରତମ୍ୟକୁ ଦୂରକରି ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା। ଓଡିଶାର ୨୭ଟି ଜିଲ୍ଲାର ୭ ହଜାର ୬ ଶହ ୬୭ଟି ଗ୍ରାମକୁ ଏହି ଅଭିଯାନରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଏହି ଅଭିଯାନର ସଫଳ ରୂପାୟନ ପାଇଁ ଆମେ ସକ୍ରିୟଭାବେ କାମ କରୁଛୁ। ଏହି ସମସ୍ତ ଗ୍ରାମରେ ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ଜନଜାତିଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ୧୫୩୫ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏଥିରେ ୧୬ଟି ଆଶ୍ରମ ସ୍କୁଲକୁ ହାଇସ୍କୁଲକୁ ଉନ୍ନୀତ କରାଯିବ। ପ୍ରତ୍ୟେକ ସ୍କୁଲ ପିଛା ୧୫କୋଟି ଟଙ୍କା ଭାବରେ ସମୁଦାୟ ୨୪୦ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୧୩ଟି ମାଧ୍ୟମିକ ବିଦ୍ୟାଳୟକୁ ମଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ। ଏଥିପାଇଁ ପ୍ରତ୍ୟେକ ସ୍କୁଲ ପିଛା ୨୨ କୋଟି ଟଙ୍କା ହିସାବରେ ୨୮୬ କୋଟି ଟଙ୍କା ବିନିଯୋଗ ହେବ। ୪୨୬ଟି ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲ ନିର୍ମାଣ ପାଇଁ ୮୫୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଭୁବନେଶ୍ବରର ଗୋଠପାଟଣା ଠାରେ ଜନଜାତି ସଂସ୍କୃତି ଓ ଐତିହ୍ୟ ଭବନ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଗୋଠପାଟଣା ଠାରେ ଜନଜାତି ଭାଷା ପ୍ରତିଷ୍ଠାନ ନିର୍ମାଣ ପାଇଁ ୫୦ କୋଟି ଟଙ୍କା ଓ ଜନଜାତି ଅସ୍ମିତା ଭବନ ନିର୍ମାଣ ପାଇଁ ୪ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୫ଟି ବହୁମୁଖୀ କେନ୍ଦ୍ର ନିର୍ମାଣ ପାଇଁ ମଧ୍ୟ ୩ କୋଟି ଟଙ୍କା ବିନିଯୋଗ କରାଯିବ। ଅନ୍ୟତମ ଅତିଥି ଭାବେ କେନ୍ଦ୍ର ଶକ୍ତି, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶ୍ରୀପଦ ନାଏକ କହିଲେ ଯେ ଭଗବାନ ବିର୍ସା ମୁଣ୍ଡା ଜନଜାତି ସମାଜର ବନ୍ଧନକୁ ସୁଦୃଢ କରିବା ସହିତ ସେମାନଙ୍କ ଉନ୍ନତି ପାଇଁ ଯେଉଁ ଉଦ୍ୟମ କରିଯାଇଛନ୍ତି ତା’ର ତୁଳନା ନାହିଁ। ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଭୁବନେଶ୍ବର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ପ୍ରମୁଖ ବିର୍ସା ମୁଣ୍ଡାଙ୍କ ଅବଦାନକୁ ସ୍ମରଣ କରିବା ସହିତ ଆଦିବାସୀ ମାନଙ୍କ ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In