• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମନ୍ମଥ-ମନୋଜ ସ୍ମୃତି ପୀଠ ସହ ୨୨୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 28, 2024
in ମୁଖ୍ୟ ଖବର, ରାଜ୍ୟ
ମନ୍ମଥ-ମନୋଜ ସ୍ମୃତି ପୀଠ ସହ ୨୨୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉଭୟ ମନ୍ମଥ ଦାସ ଓ ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେମାନଙ୍କର ପ୍ରତିଭା ଓ ଜ୍ଞାନ ବଳରେ ସେମାନେ ସାରା ଦେଶକୁ ଗର୍ବିତ କରିଛନ୍ତି। ଇତିହାସ ଓ ସାହିତ୍ୟ କ୍ଷେତ୍ରରେ ସେମାନଙ୍କ ଅବଦାନ ସେମାନଙ୍କୁ ଅମର କରି ରଖିଛି ବୋଲି ସେ କହିଥିଲେ। ଏହି ସ୍ମୃତି ପୀଠ ପ୍ରତିଷ୍ଠାରେ ମନ୍ମଥ ଦାସ ଓ ମନୋଜ ଦାସଙ୍କ ପରିବାର ସମ୍ପୂର୍ଣ୍ଣ ସହଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୀଳଗିରିର ଜନଜାତି ଭାଇଭଉଣୀଙ୍କ ପାଇଁ ‘ଲାଭ’ ଯୋଜନାର ଶୁଭାରମ୍ଭ କରିଥିଲେ। ଏହା ଦ୍ୱାରା ସେମାନେ ଲଘୁ ବନଜାତ ଦ୍ରବ୍ୟ ଉପରେ ଗୋଷ୍ଠୀଗତ ଜଙ୍ଗଲ ଅଧିକାର ପାଇଲେ । ଏହା ସହିତ ରେମୁଣା ବିଜ୍ଞାପିତ ଅଞ୍ଚଳ ପରିଷଦର ବସ୍ତି ଲୋକଙ୍କୁ ଜାଗା ମିଶନରେ ଜମି ଅଧିକାର ପ୍ରମାଣପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା। ସେ କହିଥିଲେ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ବାଲେଶ୍ୱରର ଲୋକମାନେ ଯେଉଁ ପ୍ରସ୍ତାବ ଦେଇଥିଲେ, ତାକୁ ଭିତ୍ତିକରି ସେ ଆଜି ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ବାଲେଶ୍ୱର ସହର ପାଇଁ ସିଟି ବସ୍‌ ସେବାର ମଧ୍ୟ ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ସବୁବେଳେ ସାଧାରଣ ଲୋକଙ୍କ ଅଧିକାର ଓ କଲ୍ୟାଣ ପାଇଁ କାମ କରୁଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଲକ୍ଷ୍ମୀ ବସ୍‌ ସୁବିଧା, ମହିଳା ଚାଷୀ ଓ ଯୁବକଙ୍କ ପାଇଁ ବିନା ସୁଧରେ ଋଣ ଆଦି କାର୍ଯ୍ୟକ୍ରମ ଦ୍ୱାରା ସବୁ ବର୍ଗର ଲୋକ ବିକାଶର ଭାଗୀଦାର ହୋଇପାରିଛନ୍ତି। ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହୋଇଥିବା ନୂଆ-ଓ କାର୍ଯ୍ୟକ୍ରମ ପିଲାଙ୍କ ଭିତରେ ବିପୁଳ ଉତ୍ସାହ ଓ ଆତ୍ମ ବିଶ୍ୱାସ ସୃଷ୍ଟି କରିଛି ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ, ସମସ୍ତଙ୍କୁ ସାଥିରେ ନେଇ ଆମେ ନୂଆ ଓଡିଶା ଗଢିବୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ଯୋଗ ଦେଇ କହିଥିଲେ ଯେ ଆଜି ବାଲେଶ୍ୱରବାସୀଙ୍କ ପାଇଁ ଐତିହାସିକ ଦିନ। ଏ ମାଟିର ଦୁଇ ବରପୁତ୍ରଙ୍କର ସ୍ମୃତି ରକ୍ଷା ପାଇଁ ରାଜ୍ୟସରକାରଙ୍କ ପ୍ରତିବଦ୍ଧାତା ଆଜି ବାଲେଶ୍ୱରବାସୀଙ୍କୁ ଉତ୍ସାହିତ କରିଛି। ଭୁବନେଶ୍ୱର ଏବଂ ପଣ୍ଡିଚେରିରୁ ସଂଗୃହିତ ହୋଇଛି ଏହି ଦୁଇ ବରପୁତ୍ରଙ୍କ ବ୍ୟବହୃତ ସାମଗ୍ରୀ। ଆଗାମୀ ଦିନରେ ଏହା ବହୁ ସାହିତ୍ୟିକ, ଗବେଷକଙ୍କ ପାଇଁ ଏକ ଆକର୍ଷଣୀୟ ପୀଠ ହେବ। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ନାରାୟଣ ପ୍ରଧାନ ସ୍ୱାଗତ ଭାଷଣ ଦେଇଥିଲେ। ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ ଏବଂ ବିଧାୟକ ଶ୍ରୀ ଅନନ୍ତ ଦାସ କହିଥିଲେ ଯେ ଆମ ମାଟିର ଏହି ଦୁଇ କୃତୀ ସନ୍ତାନଙ୍କ ସମ୍ମାନାର୍ଥେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରୟାସ ପାଇଁ ବାଲେଶ୍ୱରବାସୀ ବହୁତ ଖୁସି ଏବଂ ବାଲେଶ୍ୱର ଜିଲ୍ଲାର ବିକାଶ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ହାତକୁ ନେଇ ଏକ ବିକାଶଶୀଳ ଜିଲ୍ଲା ଭାବେ ଏହାକୁ ପରିଣତ କରିଛନ୍ତି। କାର୍ଯ୍ୟକ୍ରମରେ ମନ୍ମଥ ଦାସ ଓ ମନୋଜ ଦାସଙ୍କ ପରିବାର ସଦସ୍ୟା ଶ୍ରୀମତୀ ରଞ୍ଜିତା ଦାସ କହିଥିଲେ ଯେ ବାଲେଶ୍ୱର ମାଟିର ଏହି ଦୁଇ ସୁଯୋଗ୍ୟ ସନ୍ତାନଙ୍କ ସ୍ମୃତି ରକ୍ଷା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ପାଇଁ ଆମେ ପରିବାର ସଦସ୍ୟ ତାଙ୍କ ପାଖରେ କୃତଜ୍ଞ। ରାଜ୍ୟ ସରକାରଙ୍କ ୧୬ କୋଟି ଟଙ୍କା ଏଥିରେ ବିନିଯୋଗ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷଙ୍କୁ ଅଶେଷ ଧନ୍ୟବାଦ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 30
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In