• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଶିଶୁ ଦିବସରେ ବିଭିନ୍ନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି

by Voice of Victims
November 14, 2024
in ମୁଖ୍ୟ ଖବର, ରାଜ୍ୟ
ଶିଶୁ ଦିବସରେ ବିଭିନ୍ନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି

ଭୁବନେଶ୍ବର: ଆଜି ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଶେଷ ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ନୂତନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିବା କାର୍ଯ୍ୟକ୍ରମ ଗୁଡିକ ହେଲା:-

ରାଜ୍ୟର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଅଧୀନରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ। ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେତେବେଳେ ବିରୋଧୀ ଦଳରେ ଥିଲେ, ସେତେବେଳେ ପ୍ରାଥମିକ ବିଦ୍ୟାଲୟରେ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ସେତେବେଳର ସରକାର କିଛି ପଦକ୍ଷେପ ନେଇନଥିଲେ।

Post Views: 55
Tags: The Chief Minister launched various schemes on Children's Day
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In