ଭୁବନେଶ୍ୱର ; ରାଜ୍ୟବ୍ୟାପୀ ଓଡ଼ିଆ ପକ୍ଷ ପାଳନ ଅବସରରେ ଆୟୋଜିତ ହୋଇଛି ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପର୍ବ । ଏ ଅବସରର ରାଜଭବନ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କୁନି କୁନି ପିଲାଙ୍କ ସହ ଭାବ ବିନିମୟ କରିବା ସହ ଖଡ଼ିଛୁଆଁଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ କୁନି କୁନି ପିଲାଙ୍କ ସହ ଭାବ ବିନିମୟ ପରେ ଖଡ଼ି ଛୁଆଁଇଥିଲେ ସିଏମ୍ । କୋମଳମତି ଶିଶୁଙ୍କ ଶିକ୍ଷା କ୍ଷେତ୍ରରେ ନୂଆ ପରିକଳ୍ପନା ଆଣିବା ପାଇଁ ଏଭଲି ଏକ ନିଷ୍ପତ୍ତି ନିଆଯାଇଥିଲା । ପୂର୍ବ ବର୍ଷ ମଧ୍ୟ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଚଳିତ ବର୍ଷ ପିଲାମାନଙ୍କ ସହ ଅଭିଭାବକ ମାନେ ମଧ୍ୟ ସାମିଲ ହେବେ । ଏହା ସହ ଶିକ୍ଷା ସଚେତନତା ରଥ ମଧ୍ୟ ଜିଲ୍ଲାରୁ ଜିଲ୍ଲା ଗଡିବ।
୬ ତାରିଖରୁ ୧୦ ତାରିଖ ଯାଏ ଗଡିବ ଶିକ୍ଷା ରଥ । ଆମ ରାଷ୍ଟ୍ରର ସୂଶ୍ଚିମ ଭବିଷ୍ୟତ ଗଠନ ଦିଗରେ କୁନି କୁନି ପିଲାମାନେ ଶିକ୍ଷାର ପ୍ରଥମ ସୋପାନରେ ପାଦ ରଖିଛନ୍ତି । ଏହି ଉତ୍ସବକୁ ସମସ୍ତ ଜିଲ୍ଲାରେ ୬ ରୁ ୮ ଏପ୍ରିଲ ଯାଏଁ ପାଳନ କରାଯିବ । ଏହି ଉତ୍ସବରେ ଛାତ୍ରଛାତ୍ରୀ, ଅଭିଭାବକ, ନିର୍ବାଚିତ ପ୍ରତିନିଧ, ବରିଷ୍ଠ ଅଧିକାରୀ, ନାଗରିକ ସମାଜ ଭାଗ ନେବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ସମେତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ବିଭାଗୀୟ ସଚିବ ଯୋଗଦେଇଥିଲେ ।
