• About Us
  • Contact Us
Wednesday, February 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଯୌତୁକ ମୁକ୍ତ ହେବ ଓଡ଼ିଶା, ଏହା ଏକ ସାମାଜିକ ବ୍ୟାଧି ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ

by Voice of Victims
January 18, 2025
in ମୁଖ୍ୟ ଖବର, ରାଜ୍ୟ
ଯୌତୁକ ମୁକ୍ତ ହେବ ଓଡ଼ିଶା, ଏହା ଏକ ସାମାଜିକ ବ୍ୟାଧି ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏଣିକି ଆଉ କେହି ନେବେନି ଯୌତୁକ ।  ଯୌତୁକ ମୁକ୍ତ ହେବ ଓଡ଼ିଶା ।  ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ସେ କହିଛନ୍ତି, ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ; ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ହେଉଛି ବୋଲି ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମରେ ଦୃଢ ମତ ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ।  ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାକୁ ଏକ ଯୌତୁକମୁକ୍ତ ରାଜ୍ୟ ଭାବେ ପରିପ୍ରକାଶ କରିବା ନିମନ୍ତେ ଉପଜିଲ୍ଲାପାଳଙ୍କ ତତ୍ତ୍ଵାବଧାନରେ ତୃଣମୂଳସ୍ତରରେ ଏହି ପ୍ରସଙ୍ଗ ଉପରେ ଚର୍ଚ୍ଚା ଓ ଆଲୋଚନା ହେବାର ଆବଶ୍ୟକତା ରହିଛି ବୋଲି ଉଲ୍ଲେଖ କରିଛନ୍ତି । ଆମର ନାଗରିକମାନଙ୍କୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଆଇନଗୁଡିକ ପ୍ରଭାବଶାଳୀ ଭାବରେ କାର୍ଯ୍ୟକାରୀ କରିବା ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ଵ ।  ତେଣୁ ଉପଜିଲ୍ଲାପାଳ ଭାବରେ, ଏହି ଯୌତୁକ ନିଷେଧ ଅଧିନିୟମ, ୧୯୬୧ଆଇନକୁ କଡାକଡି ଭାବେ କାର୍ଯ୍ୟ କରିବା ସହିତ ଏହି ଆଇନର ଦୁରୂପଯୋଗକୁ ରୋକିବାରେ ଉପଜିଲ୍ଲାପାଳଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆମ ଓଡ଼ିଶାରେ ଉପଜିଲ୍ଲାପାଳ ତଥା ସବ-ଡିଭିଜନାଲ ମାଜିଷ୍ଟ୍ରେଟମାନଙ୍କୁ ଯୌତୁକ ନିଷେଧ ଅଧିକାରୀ ଭାବେ ଘୋଷଣା କରାଯାଇଛି । ତେଣୁ କରି ଆଜିର ଏହି ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ଶ୍ରୀମତି ପରିଡା, ଉପ-ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଆଇନ ଅନୁଯାୟୀ ଯୌତୁକ ନିଷେଧ ଅଧିକାରୀମାନଙ୍କୁ ଯୌତୁକ ମାମଲାରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଅନୁସନ୍ଧାନ କରିବା ଏବଂ ପ୍ରମାଣ ସଂଗ୍ରହ କରିବାକୁ କ୍ଷମତା ପ୍ରଦାନ କରାଯାଇଛି । ପ୍ରତ୍ୟେକ ଅଧିନିୟମର ସଫଳତା ସଠିକ ଓ ସମୟୋଚିତ କାର୍ଯ୍ୟକାରିତା ତଥା ବ୍ୟାପକ ଜନସଚେତନତା ଉପରେ ନିର୍ଭର କରେ। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ସେ ଉପ-ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମହିଳାମାନଙ୍କ ସମ୍ମାନ ପାଇଁ ଏହା ଏକ ବଡ ପଦକ୍ଷେପ ହେବ ବୋଲି ସେ ଉଲ୍ଲେଖ କରିଛନ୍ତି ।

Post Views: 38
Tags: The Deputy Chief Minister said that Odisha will be free of sex
Share198Tweet124Send
Voice of Victims

Voice of Victims

Recent Posts

  • ଅପରେସନ ସିନ୍ଦୂରର ହିରୋ ଥିଲା ରାଫେଲ, ବାୟୁସେନା ଉପମୁଖ୍ୟ ନାଗେଶ କୁମାରଙ୍କ ବୟାନ
  • PUCC ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ସୂଚନା, ୧୦ ହଜାର ଟଙ୍କା ଫାଇନକୁ କମ୍ କରିବାକୁ ଚାଲିଛି ଆଲୋଚନା
  • ତ୍ରିକୋଣୀୟ ପ୍ରେମରୁ ହତ୍ୟା, ଲିଜାଙ୍କୁ କ୍ଲିନଚିଟ୍ ଦେଲା ପୋଲିସ
  • ଏପ୍ରିଲରୁ ଆରମ୍ଭ ହେବ ଭୁବନେଶ୍ବର ବାଇପାସ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ, ଟ୍ରାଫିକ ଯନ୍ତ୍ରଣାରୁ ମିଳିବ ମୁକ୍ତି
  • ଆସନ୍ତାକାଲି ‘ଭାରତ ବନ୍ଦ’, ଦେଶବ୍ୟାପୀ ହେବ ଚକା ଜାମ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In