• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କୃଷକର ଉନ୍ନତିରେ ରାଜ୍ୟର ବିକାଶ ସମ୍ଭବ: ମୁଖ୍ୟମନ୍ତ୍ରୀ

by Voice of Victims
March 2, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କୃଷକର ଉନ୍ନତିରେ ରାଜ୍ୟର ବିକାଶ ସମ୍ଭବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମାଜର ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଅଙ୍ଗ ହେଉଛନ୍ତି ଆମର କୃଷକ ସମାଜ ଯେଉଁମାନେ ଖରା, ବର୍ଷା, ଶୀତକୁ ଭୃକ୍ଷେପ ନ କରି ହାଡ଼ଭଙ୍ଗା ପରିଶ୍ରମ ଦ୍ୱାରା ଆମ୍ଭ ସମସ୍ତଙ୍କୁ ଆହାର ଦେଇଥାନ୍ତି। ସେମାନଙ୍କ ବିନା ସମାଜର ପରିକଳ୍ପନା କରିବା ଅସମ୍ଭବ। ଅନ୍ନଦାତାଙ୍କୁ ଯେତେ ଧନ୍ୟବାଦ ଦେଲେ ମଧ୍ୟ ତାହା କମ୍ ହିଁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଧରଣୀଧର ବିଶ୍ୱବିଦ୍ୟାଳୟ ଖେଳପଡିଆଠାରେ ପାଞ୍ଚଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଓଡ଼ିଶା ଏକ କୃଷିଭିତ୍ତିକ ରାଜ୍ୟ। ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଲୋକେ କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟ ଉପରେ ନିର୍ଭରଶୀଳ। ଆମ ସରକାର ଆସିବାର ମାତ୍ର ୨୪ ମିନିଟ୍ ମଧ୍ୟରେ ରାଜ୍ୟର ଚାଷୀ ଭାଇଭଉଣୀଙ୍କ ଆୟ ବୃଦ୍ଧି ପାଇଁ କୃଷକ ସମୃଦ୍ଧି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତାହା ଆମ ସରକାରଙ୍କ କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ ଥିବା ପ୍ରତିଶ୍ରୁତିବଦ୍ଧତାକୁ ପ୍ରଦର୍ଶନ କରୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନ, ଅସ୍ଥିର ବଜାର ମୂଲ୍ୟ ଏବଂ ଶ୍ରମିକ ଅଭାବ କୃଷି ଉତ୍ପାଦନକୁ ବାଧା ଦେଇଥାଏ। ସେଥିପାଇଁ ଏହି ମେଳା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୃଷି କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କୃଷି ଯନ୍ତ୍ରପାତିର ବ୍ୟବହାର ଦ୍ୱାରା କିପରି ଚ୍ୟାଲେଞ୍ଜ ଗୁଡ଼ିକ ମଧ୍ୟରୁ କିଛି ହ୍ରାସ କରାଯାଇପାରିବ ଓ ଦକ୍ଷତା, ଉତ୍ପାଦକତା ଏବଂ ଶେଷରେ ଲାଭଦାୟକତା ବୃଦ୍ଧି କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ଏହି ମେଳା ଆୟୋଜନ କରାଯାଇଛି। ଏହା ଆମର କୃଷି ପଦ୍ଧତିକୁ ଆଧୁନିକୀକରଣ କରିବା ସହିତ ଆମର ଚାଷୀଭାଇମାନଙ୍କୁ ଆଜିର ବିଶ୍ୱ ବଜାରରେ ପ୍ରତିଯୋଗୀ ଭାବେ ଗଢ଼ି ତୋଳିବାରେ ସକ୍ଷମ ହେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୫-୨୬ ବଜେଟ୍‌ରେ କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ ବହୁବିଧ ଯୋଜନା ପ୍ରସ୍ତୁତ କରାଯାଇଛି ଏବଂ ପର୍ଯ୍ୟାପ୍ତ ଅର୍ଥର ବ୍ୟବସ୍ଥା କରାଯାଇଛି। ସମୃଦ୍ଧ କୃଷକ ଯୋଜନା ଅନ୍ତର୍ଗତ ଚାଷୀଙ୍କଠାରୁ ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ଅଧିକ ଅର୍ଥ ଇନ୍‌ପୁଟ ସହାୟତା ଆକାରରେ ପ୍ରଦାନ କରାଯାଇ କ୍ୱିଣ୍ଟାଲ ପିଛା ୩ ହଜାର ୧ ଶହ ଟଙ୍କାରେ ଧାନ କିଣାଯାଉଛି। ଏହି ଯୋଜନାର ବଜେଟ୍ ୫ହଜାର କୋଟିରୁ ୬ହଜାର କୋଟିକୁ ବୃଦ୍ଧି କରାଯାଇଛି। ସେହିପରି କେନ୍ଦ୍ର ସରକାରଙ୍କ ‘ପିଏମ୍ କିଷାନ’କୁ ରାଜ୍ୟ ଯୋଜନା ‘ସିଏମ୍ କିଷାନ’ ସହିତ ସମିଶ୍ରଣ କରାଯାଇ କୃଷକମାନଙ୍କ ଆୟ ବୃଦ୍ଧି ଲକ୍ଷ୍ୟକୁ ସାକାର କରିବା ପାଇଁ ବଜେଟରେ ୨ହଜାର ୨୦ କୋଟି ଟଙ୍କାର ପ୍ରସ୍ତାବ ରଖାଯାଇଛି। ମାଣ୍ଡିଆ ଚାଷ ଦ୍ୱାରା ଖାଦ୍ୟ ସୁରକ୍ଷା ଓ ପୋଷଣର ଆବଶ୍ୟକତାକୁ ପୂରଣ କରିବା ପାଇଁ ‘ଶ୍ରୀ ଅନ୍ନ ଅଭିଯାନ’କୁ ସମସ୍ତ ୩୦ ଜିଲ୍ଲାର ମୋଟ ୧୭୭ଟି ବ୍ଲକକୁ ସମ୍ପ୍ରସାରିତ କରାଯିବାର ଲକ୍ଷ୍ୟନେଇ ବଜେଟ୍‌ରେ ସ୍ୱତନ୍ତ୍ର ଅର୍ଥ ବ୍ୟବସ୍ଥା କରାଯାଇଛି। କୃଷି ଯାନ୍ତ୍ରୀକିକରଣ ଓ କୃଷି ଭିତ୍ତିକ ଉଦ୍ୟୋଗର ବିକାଶ ନିମନ୍ତେ ୪୨୫ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି। ସେହିପରି କୃଷି ଉଦ୍ୟୋଗର ପ୍ରୋତ୍ସାହନ ତଥା ବ୍ୟବସାୟ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ନିମନ୍ତେ ୨୬୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ବୋଲି ଶ୍ରୀ ମାଝୀ ସୂଚନା ଦେଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ସାଂସଦ କେନ୍ଦୁଝର ଅନନ୍ତ ନାୟକ, ତେଲକୋଇ ବିଧାୟକ ଡ. ଫକୀର ମୋହନ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ଜିଲ୍ଲାପାଳ କେନ୍ଦୁଝର ବିଶାଲ ସିଂହ, ଅତିରିକ୍ତ ନିର୍ଦ୍ଦେଶକ କୃଷି ବିଭାଗ ଜାମି ସୂର୍ଯ୍ୟା ରାଓ, କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ନିକୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କୃଷି ଯନ୍ତ୍ରପାତି ଓ ଅନ୍ୟ କୃଷି ଆନୁସଙ୍ଗିକ ଉପକରଣ ପ୍ରଦର୍ଶିତ ହେଉଥିବା ବିଭିନ୍ନ ଷ୍ଟଲ୍ ବୁଲି ଦେଖିଥିଲେ। ଏହି ଅବସରରେ ୧୧ଜଣ ଚାଷୀ ଭାଇଭଉଣୀ ହିତାଧିକାରୀଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ହସ୍ତାନ୍ତର କରାଯାଇଥିଲା।

Post Views: 57
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In