• About Us
  • Contact Us
Sunday, May 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ, ଦିନେ ଦୁଇ ଦିନ ମଧ୍ୟରେ ହୋଇଛି ଅନେକ କ୍ଷୟକ୍ଷତି

by Voice of Victims
May 2, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି । ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ ଥିବାବେଳେ ପବନର ବେଗ ୫୦ରୁ ୬୦ କିଲୋମିଟର ଯାଏଁ ବହିପାରେ। ଦିନେ ଦୁଇ ଦିନ ମଧ୍ୟରେ କାଳବୈଶାଖୀ ପ୍ରଭାବରେ ଅନେକ କ୍ଷୟକ୍ଷତି ମଧ୍ୟ ଦେଖିବାକୁ ମିଳିଛି ।

ଅନ୍ୟପଟେ, ରାଜ୍ୟରେ କାଳବୈଶାଖୀର ତାଣ୍ଡବ । ପ୍ରବଳ ବର୍ଷା ପବନ ପ୍ରଭାବରେ ବିଭିନ୍ନ ସ୍ଥାନରୁ ସାମ୍ନାକୁ ଆସିଛି ଅଘଟଣର ଦୃଶ୍ୟ । ଉଡେଇଲା, ବୁଡ଼େଇଲା, ଭାଙ୍ଗିଲା । ବିଭିନ୍ନ ସ୍ଥାନରେ ଉଡ଼ିଲା ଘରର ଛପର । ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଥିଲା । କଳାହାଣ୍ଡିଆ ମେଘ ସହ ଝଡ଼ ବର୍ଷାରେ ଅସ୍ତବ୍ୟସ୍ତ ହୋଇପଡିଥିଲା ଜନଜୀବନ । ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ । ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ ସାଙ୍ଗକୁ ଖୁବ୍ ଜୋର୍ ରେ ଝଡତୋଫାନ ହୋଇଥିଲା । ରାସ୍ତା ଉପରେ ଉପୁଡି ପଡିଥିଲା ବିରାଟ ବିରାଟ ଗଛ । ଦୀର୍ଘ ସମୟ ଧରି ଠପ୍ ହୋଇଯାଇଥିଲା ଯାତାୟାତ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ପତଞ୍ଜଳି ପକ୍ଷରୁ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ନିମନ୍ତେ ପ୍ରସ୍ତୁତି
  • ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା
  • ପାକିସ୍ତାନ ଗ୍ୱାଦରରେ କାମ ବନ୍ଦ କଲା ଚୀନ୍ କମ୍ପାନୀ
  • ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା
  • ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ, ଘର ଭାଙ୍ଗିବା ସହ ଚାଲିଯାଇଛି ଅନେକ ଜୀବନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In