• About Us
  • Contact Us
Tuesday, March 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ପ୍ରଥମ ବୈଠକ

by Voice of Victims
July 1, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ପ୍ରଥମ ବୈଠକ

ଭୁବନେଶ୍ୱର: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି। ନବ ଗଠିତ ସରକାରଙ୍କ ନିର୍ବାଚନ ଇସ୍ତାହାରକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡିକର କାର୍ଯ୍ୟାନ୍ୱୟନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଥିଲେ। ବୈଠକରେ ଆଗାମୀ ବଜେଟ୍ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଥିଲେ କାର୍ଯ୍ୟକୁ ବିଳମ୍ବିତ ନକରି ଶୀଘ୍ର ଶେଷ କରାଯିବା, କାର୍ଯ୍ୟରେ ସୃଜନଶୀଳତା, ସ୍ୱଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ୱାରୋପ କରିଛନ୍ତି। ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଥିଲେ। ସଚିବମାନେ ବିଭିନ୍ନ କାର୍ଯ୍ୟରେ ଅଭିନବତ୍ୱ ଆଣିବା, ବୈଷୟିକ ଜ୍ଞାନ କୌଶଳର ଉପଯୋଗ ଏବଂ ଉତ୍ତରଦାୟିତ୍ୱ ପ୍ରତି ସେ ଗୁରୁତ୍ୱାରୋପ କରିଥିଲେ। ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସମସ୍ତ ସଚିବ ମାନଙ୍କର ସହଯୋଗ କାମନା କରିଛନ୍ତି।

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • କ୍ଷମା ପ୍ରାର୍ଥନା କଲା NCERT, ଆପତ୍ତି ପ୍ରକାଶ କରିଥିଲେ ସୁପ୍ରିମକୋର୍ଟ
  • ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ, ଜର୍ମାନୀର ବିଶିଷ୍ଟ ଐତିହାସିକ ଥିଲେ କୁଲକେ
  • ବଢ଼ିଲା ଗ୍ୟାସ ଟେନସନ୍, ସିଲିଣ୍ଡର ପାଇଁ ଲାଗିଛି ଲମ୍ବା ଲାଇନ୍
  • ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ, ଆଗକୁ ବନ୍ଦ ହେବ ହୋଟେଲ ଓ ରେଷ୍ଟୁରାଣ୍ଟ
  • ବିଶ୍ୱରେ ଯୁଦ୍ଧର ନିଆଁ: ଆକାଶଛୁଆଁ ଅଶୋଧିତ ତୈଳ ଦର, ୧୦୦ ଡଲାର ପାର୍ କଲା ଦର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In