• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅସୁସ୍ଥ ଦନ୍ତା ହାତୀକୁ ଚିକିତ୍ସା କଲା ବନ ବିଭାଗ

by Voice of Victims
December 25, 2023
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଅସୁସ୍ଥ ଦନ୍ତା ହାତୀକୁ ଚିକିତ୍ସା କଲା ବନ ବିଭାଗ

ରଣପୁର : ନୟାଗଡ଼ ଜିଲ୍ଲା ରଣପୁର ବନ ବିଭାଗ ଅଧୀନରେ ଥିବା କାଞ୍ଚନପୁର କାଜୁ ଜଙ୍ଗଲରେ ଏକ ଅସୁସ୍ଥ ଦନ୍ତା ହାତୀ ଏବେ କିଛି ଦିନ ହେବ ବୁଲୁ ଥିବା ଦେଖିବାକୁ ମିଳିଥିଲା। ଏ ନେଇ ସ୍ଥାନୀୟ ଗ୍ରାମବାସୀମାନେ ବନ ବିଭାଗରେ ଜଣାଇ ଥିଲେ | ହାତୀଟିର ଗୋଡ଼ରେ ଗୁଳି ବାଜିଥିବା ଜଣା ପଡିଥିଲା। କୌଣସି ଶିକାରୀ ହାତୀଟିକୁ ଗୁଳି କରିଥିବା ସ୍ଥାନୀୟ ଲୋକମାନେ କହିଥିଲେ l ତୁରନ୍ତ ବନ ବିଭାଗ ହାତୀଟିକୁ ଟାଙ୍କୁ ଲାଇଜାର କରି ଚିକିତ୍ସା କରିବା ପାଇଁ ସ୍ଥାନୀୟ ଗ୍ରାମବାସୀମାନେ ଦାବି କରିଥିଲେ। ଯାହା ଫଳରେ ଆଜି ଅସୁସ୍ଥ ଦନ୍ତାକୁ ଟ୍ରାଙ୍କୁଲାଇଜ କରି ଚିକିତ୍ସା କରିବା ଆରମ୍ଭ କରିଛି ବନ ବିଭାଗ |
ହାତୀକୁ ଚିକିତ୍ସା କରିବା ପାଇଁ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିଶେଷଜ୍ଞ ଦଳ ଆସିଥିବା ଜଣା ପଡିଛି। ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜ କାଞ୍ଚନପୁର ଜଙ୍ଗଲରେ ଅସୁସ୍ଥ ଦନ୍ତା ହାତୀ ବୁଲୁଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶିତ ହୋଇଥିଲା | ଖବର ପ୍ରକାଶନ ପରେ ଅସୁସ୍ଥ ଦନ୍ତା ହାତୀକୁ ଟ୍ରାଙ୍କୁଲାଈଜ କରି ରଣପୁର ବନ ବିଭାଗ ଚିକିତ୍ସା କାର୍ଯ୍ୟ ଜାରି ରଖିଛନ୍ତି। ଏଥିପାଇଁ ହରିହରପୁର, କାଞ୍ଚନପୁର ଜଙ୍ଗଲରେ ରଣପୁର ବନବିଭାଗ ଡେରା ପକାଇଥିଲା। ଗତ କାଲି ରାତି ସାରା ରଣପୁର ରେଞ୍ଜର ୨ଟି ଟିମ ଅସୁସ୍ଥ ଦନ୍ତା କୁ ଖୋଜିବା ପାଇଁ ହରିହରପୁର ଓ କାଞ୍ଚନପୁର ଜଙ୍ଗଲରେ ଖୋଜିଥିଲା। ଅସୁସ୍ଥ ଦନ୍ତା ହାତୀ ମିଳିବା ପରେ ଆଜି ସକାଳୁ ଚିକିତ୍ସା କାର୍ଯ୍ୟ ଆରମ୍ଭ ହୋଇଛି। ହାତୀର ଗୋଡ଼ରେ ଗଭୀର କ୍ଷତ ସହ ସଂକ୍ରମଣ ଥିବା ଜଣା ପଡିଛି | ବର୍ତ୍ତମାନ ହାତୀଟିର ଅବସ୍ଥାରେ ଉନ୍ନତି ଆସିଥିବା ରଣପୁର ରେଞ୍ଜର ସୁଶାନ୍ତ ଦଳେଇ କହିଛନ୍ତି।

Post Views: 69
Share199Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In