• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବଦଳିଲା ଯୁକ୍ତ୨ ପ୍ରଶ୍ନପତ୍ର ଢାଞ୍ଚା

by Voice of Victims
August 20, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବଦଳିଲା ଯୁକ୍ତ୨ ପ୍ରଶ୍ନପତ୍ର ଢାଞ୍ଚା

ଭୁବନେଶ୍ୱର : ଯୁକ୍ତ୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚାକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି। ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ ଏହା ଲାଗୁ କରାଯିବ। ନୂଆ ପଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜୁନ୍ ୨୮ତାରିଖରେ ପରିଷଦର ବୈଠକ ଏହି ନିଷ୍ପତ୍ତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।ବିଜ୍ଞପ୍ତି ଅନୁସାରେ, ୨୦୨୫ରେ ଯୁକ୍ତ୨ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରଛାତ୍ରୀ (୨୦୨୩ରେ ନାମଲେଖାଇଥିବା ଛାତ୍ରଛାତ୍ରୀ)ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ। ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରଛାତ୍ରୀଙ୍କୁ ୭୦ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ କମ୍ପୋନେଟ୍ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌ପ୍ରାକ୍ଟିକାଲ ବିଷୟଗୁଡ଼ିକରେ ୮୦ମାର୍କର ଥିଓରୀ ଏବଂ ୨୦ମାର୍କର ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ମାର୍କର ଥିଓରୀ ଏବଂ ୧୦ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରାକ୍ଟିକାଲ/ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରଛାତ୍ରୀଙ୍କୁ ପାସ୍ ହେବା ପାଇଁ ମୋଟ ୮୦ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ। ସେହିଭଳି ୨୦୨୨ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।ଫେବୃଆରୀ ୧୫ରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଆରମ୍ଭ ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ତାଙ୍କ ସୁବିଧା ଦେଖି ଏହି ସମୟ ମଧ୍ୟରେ ପରୀକ୍ଷା କରିବେ। ସେହିଭଳି ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ରୁ ୩୦ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ୨୦୨୫ ଯୁକ୍ତ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ଯୋଜନା ରଖିଥିଲା। କିନ୍ତୁ ବର୍ତ୍ତମାନ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ନାମଲେଖା ଶେଷ ହୋଇ ନ ଥିବାରୁ ଓକାକ୍ ମନା କରିଦେଇଥିଲା। ଫଳରେ ୨୦୨୫ ଯୁକ୍ତଦୁଇ ପରୀକ୍ଷା ଲାଗି ଫର୍ମପୂରଣ ପ୍ରକ୍ରିୟା ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ବୋଲି +୨ ପରିଷଦ ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In