• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ: ମୁଖ୍ୟମନ୍ତ୍ରୀ

by Voice of Victims
October 26, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବାତ୍ୟା ‘ଦାନା’ ଏବଂ ଏହାର ପ୍ରଭାବ ସମ୍ବନ୍ଧରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ବାତ୍ୟା ମୁକାବିଲାରେ ନିୟୋଜିତ ସମସ୍ତ କର୍ମାଚାରୀ, ବିଧାୟକ, ସାଂସଦ, ସମାଜସେବୀମାନଙ୍କୁ ଉଚ୍ଚ ପ୍ରଶଂସା କରିବା ସହ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ”ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ ବିପତ୍ତି ହଟିଗଲା। ବାତ୍ୟା ‘ଦାନା’ ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ। ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ସାଂସଦ, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜ୍ଞାପନ କରୁଅଛି। ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ, ସମସ୍ତେ ଦିନ ରାତି ଏକ କରିଦେଇଥିଲେ। ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଅଛି। ଏ ସରକାର ଆପଣ ମାନଙ୍କର ( ଜନସାଧାରଣଙ୍କର), ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ଵ। ଶାନ୍ତି ଶୃଙ୍ଖଳା, ଏବଂ ଧୈର୍ଯ୍ୟର ସହିତ, ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର। ସମଗ୍ର ଓଡିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି। ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ।”

Post Views: 38
Tags: alwaysstood firm with youThe government has always
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In