• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ବରରେ ଉଦଘାଟିତ ହେଲା ଆଇକନିକ୍‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟ

by Voice of Victims
February 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ବରରେ ଉଦଘାଟିତ ହେଲା ଆଇକନିକ୍‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ ଯେ ୨୦୨୧ ସେପ୍ଟମ୍ବର ୫ ତାରିଖ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହାର ଭିତ୍ତି ସ୍ଥାପନ କରିଥିଲେ। ଉଦ୍‌ଘାଟିତ ହୋଇଥିବା ୨୫ ଏକର ପରିମିତ ନୂତନ କ୍ୟାମ୍ପସରେ ସିବିଏସସି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତ୍କର୍ଷ ହାସଲ କରିଥିବା ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କ ପଢିବା ପାଇଁ ଆକାଡେମିକ୍‌ ବ୍ଲକ, ପ୍ରତ୍ୟେକ ୫୪୪ କ୍ଷମତା ବିଶିଷ୍ଟ ୨ଟି ଛାତ୍ରାବାସ ଓ ଛାତ୍ରୀନିବାସ, ସେଣ୍ଟ୍ରାଲ କିଚେନ ଓ ଡାଇନିଙ୍ଗ ବ୍ୟବସ୍ଥା, ଷ୍ଟାଫ କ୍ୱାର୍ଟର୍ସ, ଡର୍ମିଟୋରୀ ଏବଂ ପାର୍କିଂ ଓ ବଗିଚା ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ଏହାର ନିର୍ମାଣ ପାଇଁ ୧୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇଛି। ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟର ଆବାସିକ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ରହିବା ସହିତ ଅତ୍ୟାଧୁନିକ କ୍ଲାସ ରୁମ, ଆଇସିଟି ଲ୍ୟାବ,ଇ-ଲାଇବ୍ରେରୀ, ଅତ୍ୟାଧୁନିକ ବିଜ୍ଞାନ ପରୀକ୍ଷାଗାର ଦକ୍ଷତା ବିକାଶର ବ୍ୟବସ୍ଥା କରାଯାଇଛି। ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ସିବିଏସସି ଢାଞ୍ଚାରେ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ମୁଖ୍ୟମନ୍ତ୍ରୀଙ୍କର ଏକ ମହତ୍ୱକାଂକ୍ଷୀ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୩୧୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି। ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ଏହି ଆଇକନିକ୍‌ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ, ଇଂଜିନିଅରିଂ, ଆଇନ ପାଠ୍ୟକ୍ରମ ଏବଂ ସେନା ବାହିନୀରେ ଯୋଗଦେବା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଜାତୀୟ ସ୍ତରର ପ୍ରତିଯୋଗିତାର କୋଚିଂ ବ୍ୟବସ୍ଥା କରାଯାଇଛି।

Post Views: 136
Share198Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In