• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ

by Voice of Victims
May 10, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ

ପୁରୀ: ଦୀର୍ଘ ଦିନର ବିରତି ପରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ । ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଧରି ରତ୍ନ ଅଳଙ୍କାର ଗଣତି ମଣତି କାର୍ଯ୍ୟ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା । ଆଜି ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିବସ ଏବଂ ଆସନ୍ତାକାଲି ଠାକୁରଙ୍କ ହଳଦୀ ପାଣି ନୀତି ରହିଛି । ଏଣୁ ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ସମସ୍ୟା ସୃଷ୍ଟି ହେବ ନାହିଁ ସେଥିପାଇଁ ଗଣତି ମଣତି କାର୍ଯ୍ୟ ବନ୍ଦ ରଖାଯାଇଛି ।

ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆସନ୍ତା ୧୧ ତାରିଖରୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । ପରେ ଆଉ କେଉଁ ଦିନ ଗଣତି ମଣତି କାର୍ଯ୍ୟ କରାଯିବ ସେନେଇ ସୂଚନା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ଏପ୍ରିଲ୍ ୧୪ ତାରିଖରୁ ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ କରାଯାଇ ପ୍ରାୟ ଶହେରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି କାର୍ଯ୍ୟ ଶେଷ ହୋଇଛି । ରତ୍ନ ଅଳଙ୍କାର ଗଣତି ମଣତି ସମୟରେ ଶ୍ରୀମନ୍ଦିରର ବଣିଆ ସେବକ, ରତ୍ନ ବିଶାରଦ ଏବଂ ଆରବିଆଇ ଅଧିକାରୀ ଉପସ୍ଥିତ ରହୁଛନ୍ତି । ସିସିଟିଭି ସର୍ଭିଲାନ୍ସ ମଧ୍ୟରେ ସମସ୍ତ ଗଣତି ମଣତି କାର୍ଯ୍ୟ କରାଯିବା ସହ ରତ୍ନ ଅଳଙ୍କାରର ‌ସମ୍ପୂର୍ଣ୍ଣ ଭିଡିଓ ଗ୍ରାଫି ଏବଂ ଫଟୋଗ୍ରାଫି କରାଯାଉଛି। ସେହିପରି ଗଣତି ମଣତି ସମୟରେ ଭକ୍ତମାନଙ୍କ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା କରାଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, “ଆସନ୍ତା ସୋମବାର ୧୧ ତାରିଖରୁ ପୁଣି ରତ୍ନ ଭଣ୍ଡାର ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । ଏହି କାର୍ଯ୍ୟ କେବେ ସରିବ ଏବେ କହିବା ସମ୍ଭବ ନୁହେଁ । ସମସ୍ତ କାର୍ଯ୍ଯ ରାଜ୍ଯ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ କରୁଛୁ । ମହାପ୍ରଭୁଙ୍କ କୃପାରୁ ସବୁ କିଛି ଠିକରେ ଚାଲିଛି । ଆଗାମୀ କାର୍ଯ୍ୟ ମଧ୍ୟ ଭଲରେ ହେବ ।”

Post Views: 8
Share196Tweet123Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In