• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

by Voice of Victims
March 4, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ  ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ  ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।

Post Views: 32
Tags: 400 to Rs 15The monthly salary of Urdu teachers in the state has been increased from Rs 7
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In