• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନୂଆବର୍ଷରୁ ମାଲକାନଗିରିକୁ ଉଡିବ ବିମାନ

by Voice of Victims
December 24, 2023
in ମୁଖ୍ୟ ଖବର, ରାଜ୍ୟ
ନୂଆବର୍ଷରୁ ମାଲକାନଗିରିକୁ ଉଡିବ ବିମାନ

ଭୁବନେଶ୍ବର: ଓଡ଼ିଶାର ଉପାନ୍ତରେ ଥିବା ମାଲକାନଗିରି ଜିଲ୍ଲାକୁ ଉଡ଼ିବ ବିମାନ । ଆସନ୍ତା ଜାନୁଆରୀ ମାସରୁ ମାଲକାନଗିରି ବିମାନ ବନ୍ଦରରୁ ନନ୍ ସିଡ୍ୟୁଲ ବିମାନ ଚଳାଚଳ ଆରମ୍ଭ ହେବା ସମ୍ଭାବନା ରହିଛି । ଆରସିଏସ୍ ଉଡ଼ାନ ଯୋଜନାରେ ସାମିଲ ଏହି ବିମାନ ବନ୍ଦରରେ ୧୫୦୦ ମିଟର୍ ରନୱେ ଥିବାରୁ ଏଠାରେ ୨୦ ଆସନ ବିଶିଷ୍ଟ ବିମାନ ଚଳଚାଳ ଆରମ୍ଭ କରିବ । ଏହାପରେ ବଡ଼ ବିମାନ ଚଳାଚଳ ପାଇଁ ପଦକ୍ଷେପ ନିଆଯିବ । ଏହି ବିମାନ ବନ୍ଦରକୁ କ୍ୟାଟେଗୋରୀ-୨ ବର୍ଗର ଏୟାରପୋର୍ଟ କରାଯିବ । ସୂଚନା ଅନୁସାରେ, କିଛି ଦିନ ପୂର୍ବେ ରାଜ୍ୟ ପରିବହନ ବିଭାଗ ଏବଂ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ବରିଷ୍ଠ କର୍ତ୍ତୃପକ୍ଷ ମାଲକାନଗିରି ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ । ଚଳିତ ମାସ ପୁନର୍ବାର ଏହି ଟିମ୍ ପ୍ରକଳ୍ପ ସ୍ଥାନ ଗସ୍ତ କରିବାର କାର୍ୟ୍ୟକ୍ରମ ରହିଛି । ସମ୍ପ୍ରସାରଣ ସହିତ ଟର୍ମିନାଲ ବିଲଡିଂ, ଫାୟାର ଷ୍ଟେସନ୍ ଆଦି ନିର୍ମାଣ ହୋଇଛି । ଚଳିତ ବର୍ଷ ମେ’ ମାସରେ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ୍ ମାଲକାନଗିରି ଗସ୍ତ ସମୟରେ କୋଟେଲଗୁଡ଼ାଠାରେ ଥିବା ଏହି ବିମାନ ବନ୍ଦରର ସମ୍ପ୍ରସାରଣ କାର୍ୟ୍ୟ ଅନୁଧ୍ୟାନ କରିବା ସହିତ ଡିସେମ୍ବର ମାସ ସୁଦ୍ଧା କାମ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ପ୍ରଥମ ପର୍ୟ୍ୟାୟରେ ନନ୍ ସିଡ୍ୟୁଲ ବିମାନ ଚଳାଚଳ ପାଇଁ ଯୋଜନା ଥିବାରୁ ଏବେ ଡିଜିସିଏର ଲାଇସେନ୍ସ ଆବଶ୍ୟକ ପଡ଼ିବ ନାହିଁ । ସମ୍ପ୍ରତି ଭୁବନେଶ୍ଵରରୁ ମାଲକାନଗିରି ମଧ୍ୟରେ ଛୋଟ ବିମାନ ଚଳାଚଳ ଆରମ୍ଭ ପାଇଁ ପରିବହନ ବିଭାଗ ବିଭିନ୍ନ ଏୟାରଲାଇନ୍ସ ସହିତ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ହେବ । 

Post Views: 120
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In