• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ 

by Voice of Victims
March 16, 2024
in ମୁଖ୍ୟ ଖବର, ରାଜ୍ୟ
‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ 

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି। ସେହି ଅଞ୍ଚଳରେ IIIT, NALCO R&D Centre, Birla Global University, GIET ପରି ଅନେକ ଜାତୀୟ ସ୍ତରର ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ରହିଛି। ଏହାସହିତ ବଢୁଥିବା ଲୋକସଂଖ୍ୟା ଓ ଆବାସିକ କଲୋନୀକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଣ୍ଢାଶାଳରେ ଥିବା ପୋଲିସ ଆଉଟ ପୋଷ୍ଟକୁ ଏକ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ (Industrial Police Station) ଭାବେ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନୂତନ ପୋଲିସ ଷ୍ଟେସନଟି ୧୫୦ ବର୍ଗ କିଲୋମିଟର ପରିମିତ ଏବଂ ଏକ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳରେ ୪ଟି ଗ୍ରାମ ପଞ୍ଚାୟତ ଏବଂ BMCର ଗୋଟିଏ ୱାର୍ଡକୁ ଆଂଶିକ ଭାବେ ନେଇ କାର୍ଯ୍ୟ କରିବ। ଏଥିପାଇଁ ୩୪ଟି ନୂଆ ପଦବୀ ସୃଷ୍ଟି କରାଯିବ। ପୂର୍ବରୁ ଏହି ଆଉଟ ପୋଷ୍ଟରେ ୫ ଜଣ କର୍ମଚାରୀ ଅଛନ୍ତି ଏବଂ ୨ଟି ପଦବୀ ଏସ୍‌.ପି ପୋଲିସ ମୋଟର ଟ୍ରେନିଂ ସଂସ୍ଥାରୁ ନିୟୋଜିତ କରାଯିବ। ଏହିପରି ଏହି ଥାନାରେ ସମୁଦାୟ ୪୧ ଜଣ ଅଧିକାରୀ ଓ କର୍ମଚାରୀ ରହିବେ। ଏହି ୩୪ଟି ନୂତନ ପଦବୀ ଗୁଡିକ ହେଉଛି – ଗୋଟିଏ ଇନ୍‌ସପେକ୍ଟର, ୪ଟି ସବ୍‌ଇନ୍‌ସିପେକ୍ଟର, ୬ଟି ଏ.ଏସ୍‌.ଆଇ, ୨ଟି ହାବିଲଦାର ଓ ୨୧ଟି  କନେଷ୍ଟବଳ। ପୂର୍ବରୁ ଥିବା ୫ଟି ପଦବୀ ହେଉଛି – ଗୋଟିଏ ସବ୍‌ଇନ୍‌ସପେକ୍ଟର ଓ ୪ଟି କନେଷ୍ଟବଳ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In