• About Us
  • Contact Us
Thursday, November 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗଞ୍ଜାମ ବନ୍ୟା ପାଇଁ ପୂର୍ବ ସରକାରର ୨୪ ବର୍ଷର ବିଫଳତା ଦାୟୀ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ  

by Voice of Victims
November 12, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଗଞ୍ଜାମ ବନ୍ୟା ପାଇଁ ପୂର୍ବ ସରକାରର ୨୪ ବର୍ଷର ବିଫଳତା ଦାୟୀ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ  

ରାଜ୍ୟରେ ବନ୍ୟା ପରିଚାଳନା ଏବଂ ବିଶେଷକରି ଗଞ୍ଜାମ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଗଞ୍ଜାମ ବନ୍ୟା ସ୍ଥିତି ପାଇଁ ସେ ବିଗତ ୨୪ ବର୍ଷର ସରକାରର ବିଫଳତାକୁ ଦାୟୀ କରିବା ସହ ବିଭିନ୍ନ ନଦୀ ଓ ଡ୍ୟାମର ଜଳ ପରିଚାଳନା ବ୍ୟବସ୍ଥାକୁ ନେଇ ଟାର୍ଗେଟ କରିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ବିଭିନ୍ନ ନଦୀରେ ଜଳ ଛାଡ଼ିବା ବ୍ୟବସ୍ଥାକୁ ସ୍ୱୟଂଚାଳିତ ରଖାଯାଇଥିଲା। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ବ୍ୟବସ୍ଥା କରାଯାଇଥିଲା। ତେବେ ଆକଳନ ଠାରୁ ମାତ୍ରାଧିକ ବର୍ଷା ହେବାରୁ ହଠାତ୍ ବନ୍ୟା ସ୍ଥିତି ସୃଷ୍ଟି ହୋଇ ପରିସ୍ଥିତି ବିଗିଡ଼ି ଯାଇଥିଲା ।

ବର୍ଷାର ପରିମାଣ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ, ଗତ ୨୮, ୨୯ ଓ ୩୦ ତାରିଖରେ ପ୍ରବଳ ବର୍ଷା ହେବା ଫଳରେ ବନ୍ୟା ପରିସ୍ଥିତି ଉପୁଜିଥିଲା। ଏହି ୩ ଦିନ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ହାରାହାରି ୩୩୨.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କେବଳ ପାତ୍ରପୁର ବ୍ଲକରେ ୮୦୮.୪ ମିଲିମିଟର ବର୍ଷା ହୋଇଥିଲା। ଏପରିକି ପାତ୍ରପୁରରେ ଗୋଟିଏ ଦିନରେ ୫୪୬ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ସେ ପ୍ରକାଶ କରିଛନ୍ତି। ବନ୍ୟା ସ୍ଥିତିର ସଫଳ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୮ ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା ଏବଂ ଆଗାମୀ ଦିନରେ ଏଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ବିଭିନ୍ନ ଆଇଆଇଟି (IIT) ସହ ଆଲୋଚନା କରାଯାଉଛି ବୋଲି ସେ ସୂଚନା ଦେଇଛନ୍ତି।

ଏଥି ସହିତ ବିରୋଧୀ ଦଳକୁ କଡ଼ା ଜବାବ ଦେଇ ସୁରେଶ ପୂଜାରୀ କହିଛନ୍ତି ଯେ, ୨୪ ବର୍ଷର ସରକାର ନିଜର ବିଫଳତାକୁ ଲୁଚାଇବା ପାଇଁ ବର୍ତ୍ତମାନର ସରକାରଙ୍କୁ ଦୋଷ ଦେଉଛନ୍ତି। ଆସନ୍ତା ବିଧାନସଭା ଅଧିବେଶନରେ ବିରୋଧୀ ଦଳ ତଥ୍ୟ ସହ ଆଲୋଚନା କରି ଉତ୍ତର ରଖିବାକୁ ସେ ଅନୁରୋଧ କରିଛନ୍ତି।

ପୂର୍ବ ସରକାର ସମୟର ବିପର୍ଯ୍ୟୟ ପରିଚାଳନାକୁ ମନେ ପକାଇ ମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ‘ତିତିଲି’ ସମୟରେ ୬୨ ଜଣ ଏବଂ ‘ଫନି’ ସମୟରେ ୬୫ ଜଣଙ୍କର ମୃତ୍ୟୁ ହୋଇଥିଲା। କିନ୍ତୁ ବର୍ତ୍ତମାନର ସରକାର ‘ଜିରୋ କାଜୁଆଲିଟି’ (ଶୂନ୍ୟ ମୃତାହତ) ନୀତିକୁ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି। ତେବେ ପାହାଡ଼ରୁ ଅତଡ଼ା କିମ୍ବା ପଥର ଖସିବା ଭଳି ଘଟଣାର କୌଣସି ପୂର୍ବାନୁମାନ ନଥାଏ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମତବ୍ୟକ୍ତ କରିଛନ୍ତି।

Post Views: 3
Share196Tweet123Send
Voice of Victims

Voice of Victims

Recent Posts

  • ଗଞ୍ଜାମ ବନ୍ୟା ପାଇଁ ପୂର୍ବ ସରକାରର ୨୪ ବର୍ଷର ବିଫଳତା ଦାୟୀ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ  
  • ଆସନ୍ତା ୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପକ୍କା ଘର: ରବି ନାରାୟଣ ନାଏକ
  • କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ; ବରଗଡ଼ ଚିନି କଳ ପୁନରୁଦ୍ଧାର ପାଇଁ କଲେ ଆଲୋଚନା
  • ଚାଷୀଙ୍କ ଆର୍ଥିକ ସୁରକ୍ଷା ଓ ଉଦ୍ୟୋଗୀଙ୍କ ସଶକ୍ତୀକରଣ: କେନ୍ଦ୍ର କ୍ୟାବିନେଟ୍‌ର ନିଷ୍ପତ୍ତିକୁ ଓଡ଼ିଶା ବିଜେପିର ସ୍ୱାଗତ
  • ଭୋରୁ ଭୂକମ୍ପରେ ଦୋହଲିଲା ନେପାଳ, ତୀବ୍ରତା ୪.୯

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In