• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆସନ୍ତାକାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

by Voice of Victims
February 2, 2024
in ମୁଖ୍ୟ ଖବର, ରାଜ୍ୟ
ଆସନ୍ତାକାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କର ଆସନ୍ତା ଫେବୃଆରୀ ୩ ତାରିଖରେ ଭାରତୀୟ ପ୍ରବନ୍ଧ ସଂସ୍ଥାନ (ଆଇଆଇଏମ୍), ସମ୍ବଲପୁର ଗସ୍ତ ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ବୈଠକ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ସେ ସଂପୃକ୍ତ କର୍ତ୍ତୃପକ୍ଷ, ଜିଲ୍ଲାପାଳ ଏବଂ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ପ୍ରାପ୍ତ ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ୩ ତାରିଖ ପୂର୍ବାହ୍ନରେ ନୂଆଦିଲ୍ଲୀ ବିମାନ ବନ୍ଦରରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଓଡ଼ିଶା ଅଭିମୁଖେ ଯାତ୍ରା କରି ଅପରାହ୍ନରେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇ ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁରସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ଆଇଆଇଏମ୍ କ୍ୟାମ୍ପସରେ ପହଞ୍ଚିବେ। ସେଠାରେ ଆଇଆଇଏମ୍ , ସମ୍ବଲପୁର କ୍ୟାମ୍ପସର ଲୋକାର୍ପଣ ଓ ଅନ୍ୟ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କାଯ୍ୟକ୍ରମ ପରେପରେ ସେ ସ୍ଥାନୀୟ ‘ରେମେଡ୍’ପଡିଆ ଠାରେ ଏକ ସାଧାରଣ ସଭାରେ ଯୋଗଦେବେ। ଏହାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ବିମାନ ବନ୍ଦର ସମେତ ସମ୍ବଲପୁରଠାରେ ଅସ୍ଥାୟୀ ହେଲିପ୍ୟାଡ୍ ରେ ଆନୁଷ୍ଠଙ୍ଗିକ ବ୍ୟବସ୍ଥା ସହ ତାଙ୍କ ଗସ୍ତର ଆରମ୍ଭରୁ ଶେଷ ପର‌୍ୟ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ ମାନକ ନିୟମ ଅନୁସାରେ କଡାକଡ଼ି ଦୃଷ୍ଟି ଦେବାକୁ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଯୋଗ ଦେବାକୁଥିବା କୌଣସି କାଯ୍ୟକ୍ରମ ସ୍ଥଳ, ବିମାନବନ୍ଦର ଓ ହେଲିପ୍ୟାଡସ୍ଥଳ ଠାରେ ଡ୍ରୋନ କ୍ୟାମେରା ବ୍ୟବହାର କରାଯିବ ନାହିଁ। ଏ ସଂପର୍କରେ କାଯ୍ୟାନୁଷ୍ଠାନ ପାଇଁ ସେ ଜିଲ୍ଲାପାଳ ଓ ସୁରକ୍ଷା ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ସେହିପରି କାର୍ଯ୍ୟକ୍ରମ ସ୍ଥଳଗୁଡ଼ିକରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ପାଇଁ ଜେନେରେଟର ରଖିବା ସହ ଆଗୁ ଆଟେଷ୍ଟିଙ୍ଗ କରିବା, ଏହା ସହିତ ଆଉ ଦୁଇଟି ଅତିରିକ୍ତ ଜେନେରେଟର ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଡାକବାଜି ଯନ୍ତ୍ର ଭଲ ଭାବରେ କାର୍ଯ୍ୟକ୍ଷମ ହେବା ପ୍ରତି ସେ ଗୁରୁତ୍ୱ ଦେଇଥିଲେ। କେନ୍ଦ୍ର ଗୃହ ବିଭାଗ ଓ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶାବଳୀ ଅନୁସାରେ ବିଭିନ୍ନ ସ୍ଥାନରେ କାର‌୍ୟ୍ୟନିର୍ବାହ ପାଇଁ ଏବଂ ମୁତୟନ ହେଉଥିବା ସିଧାସଳଖ ନିକଟ ସଂସ୍ପର୍ଶ (କ୍ଲୋଜ୍ ପ୍ରକ୍ସିମିଟି) ରେ ଯେଉଁ ଅଧିକାରୀ, କର୍ମଚାରୀ ବା ବ୍ୟକ୍ତି ବିଶେଷଙ୍କର ଦାୟିତ୍ୱ ରହୁଛି, ସେମାନଙ୍କ ପାଇଁ କୋଭିଡ-୧୯ ପରୀକ୍ଷା କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ କାରକେଡ୍ ବ୍ୟବସ୍ଥା, ଆମ୍ବୁଲାନ୍ସ ଏବଂ ଜୀବନ ସୁରକ୍ଷା ସହାୟକ ବ୍ୟବସ୍ଥା ସହ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଓ କାର‌୍ୟ୍ୟକ୍ରମ ସ୍ଥଳରେ ‘କ୍ରିଟିକାଲ କେୟାର ବକ୍ସ’ ରଖାଯିବ। ଭିଭିଆଇପି ଯିବା ଆସିବା ରାସ୍ତାର ମରାମତି କରାଯିବା, କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ, କାର୍ଯ୍ୟକ୍ରମ ଥିବା ମଂଚ ପ୍ରସ୍ତୁତି ଓ ସୁରକ୍ଷାଯାଂଚ୍, କାର୍ଯ୍ୟକ୍ରମ ସ୍ଥଳ, ହେଲିପ୍ୟାଡ୍ ଓ ରାସ୍ତାରେ ବେରିକେଡିଂ ବ୍ୟବସ୍ଥା କରାଯିବ। ଦୂରଦର୍ଶନ ଓ ଭାରତ ସରକାରଙ୍କ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ସହାୟତାରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବାକୁ ଥିବା ବେଳେ ରାଜ୍ୟସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଏହାକୁ ସୁବ୍ୟବସ୍ଥିତ କରାଯିବ। କାର‌୍ୟ୍ୟକ୍ରମସ୍ଥଳରେ ଇଣ୍ଟରନେଟ୍ ସୁବିଧା, ଅଗ୍ନିନିର୍ବାପକ ବ୍ୟବସ୍ଥା ଏବଂ ସୁରକ୍ଷା ବ୍ୟବସ୍ଥା ପାଇଁ ରାଜ୍ୟ ଗୃହ ବିଭାଗ ତରଫରୁ ଏକକ ଣ୍ଟ୍ରୋଲରୁମ୍ କାର୍ଯ୍ୟକରିବ। ଜିଲ୍ଲାପାଳ, ସମ୍ବଲପୁର ଓ ଜିଲ୍ଲାପାଳ, ଝାରସୁଗୁଡ଼ା ସଂପୃକ୍ତ ସ୍ଥାନରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ପ୍ରସ୍ତୁତି ଓ କାର‌୍ୟ୍ୟ ସୁଚାରୁ ରୂପେ ସଂପାଦନ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।ପ୍ରୋଟକଲ ଅନୁସାରେ କିଏ କେଉଁଠି ମୃତୟନ ରହିବେ,ତାହାକୁ ନିଶ୍ଚିତ କରିବାକୁ କୁହାଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କୁ ମଧ୍ୟ ବ୍ୟବସ୍ଥାର ତଦାରଖ ପାଇଁ ଆବଶ୍ୟକ ପରାମର୍ଶ ଦିଆଯାଇଛି। ଏହି ବୈଠକରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଟିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡଙ୍ଗୀ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ,ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଇଲେକ୍ଟ୍ରୋନିକ୍ସ ଓ ସୂଚନାପ୍ରଯୁକ୍ତି ବିଦ୍ୟା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ କୁମାର ମିଶ୍ରଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବୈଠକରେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ କେନ୍ଦ୍ରାଂଚଳ ରାଜସ୍ୱ ଆୟୁକ୍ତ, ପଶ୍ଚିମାଂଚଳ ଆରକ୍ଷୀ ମହାନିରୀକ୍ଷକ,ଜିଲ୍ଲାପାଳ ସମ୍ବଲପୁର ଓ ଝାରସୁଗୁଡ଼ା,ସଂପୃକ୍ତ ଆରକ୍ଷୀ ଅଧିକ୍ଷକ ଓ ଜିଲ୍ଲାସ୍ତରୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇଥିଲେ। ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଡଃ ସନ୍ତୋଷ ବାଲା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ସବିଶେଷ ସୂଚନା ଓ ପ୍ରସ୍ତୁତି ସଂପର୍କରେ ଉପସ୍ଥାପନ କରିଥିଲେ।

Post Views: 34
Share201Tweet126Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In