• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସେପ୍ଟେମ୍ବର ୧୧ ରେ ସେମିକନ୍ ଇଣ୍ଡିଆ ୨୦୨୪ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

by Voice of Victims
September 10, 2024
in ଦେଶ ବିଦେଶ, ମୁଖ୍ୟ ଖବର
ସେପ୍ଟେମ୍ବର ୧୧ ରେ ସେମିକନ୍ ଇଣ୍ଡିଆ ୨୦୨୪ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୧ ସେପ୍ଟେମ୍ବର ପୂର୍ବାହ୍ନ ୧୦:୩୦ ସମୟରେ ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ହେବାକୁ ଥିବା ଇଣ୍ଡିଆ ଏକ୍ସପୋ ମାର୍ଟରେ ସେମିକନ୍ ଇଣ୍ଡିଆ ୨୦୨୪ର ଉଦ୍‌ଘାଟନ କରିବେ।ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ସେମିକଣ୍ଡକ୍ଟର ଡିଜାଇନ୍‌, ଉତ୍ପାଦନ ଏବଂ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଭାରତକୁ ବିଶ୍ୱସ୍ତରୀୟ ହବ୍‌ରେ ପରିଣତ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ରହିଛି। ଏହି ଦୃଷ୍ଟିକୋଣ ଅନୁଯାୟୀ, ‘ସେପିଂ ଦ ସେମିକଣ୍ଡକ୍ଟର୍ ଫ୍ୟୁଚର୍‌’ ବିଷୟବସ୍ତୁ ସହିତ ୧୧ରୁ ୧୩ ସେପ୍ଟେମ୍ବର ମଧ୍ୟରେ ସେମିକନ୍ ଇଣ୍ଡିଆ ୨୦୨୪ ଆୟୋଜିତ ହେଉଛି। ସେପ୍ଟେମ୍ବର ୧୧ରୁ ୧୩ ପର୍ଯ୍ୟନ୍ତ ତିନି ଦିନିଆ ସମ୍ମିଳନୀରେ ଭାରତର ସେମିକଣ୍ଡକ୍ଟର ରଣନୀତି ଏବଂ ନୀତି ପ୍ରଦର୍ଶିତ ହେବ ଯାହା ଭାରତକୁ ସେମିକଣ୍ଡକ୍ଟର ପାଇଁ ଏକ ବିଶ୍ୱସ୍ତରୀୟ ହବ୍‌ରେ ପରିଣତ କରିବ। ଏଥିରେ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟରର ପ୍ରମୁଖ ନେତୃତ୍ୱ ଯୋଗଦେବା ସହ ବିଶ୍ୱସ୍ତରୀୟ ନେତା, କମ୍ପାନୀ ଏବଂ ସେମିକଣ୍ଡକ୍ଟର ଶିଳ୍ପର ବିଶେଷଜ୍ଞମାନଙ୍କୁ ଏହି ସମ୍ମିଳନୀ ଏକତ୍ର କରିବ। ଏହି ସମ୍ମିଳନୀରେ ୨୫୦ରୁ ଅଧିକ ପ୍ରଦର୍ଶକ ଏବଂ ୧୫୦ ବକ୍ତା ଅଂଶଗ୍ରହଣ କରିବେ।

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In