ରଣପୁର (ଭିଓଭି) : ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ | ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ଆରମ୍ଭ ହୋଇଛି ଅଭିନଵ ପ୍ରୟାସ। ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ବିଦ୍ୟାଳୟକୁ ମିଳିଛି ମୁଖ୍ୟ “ମନ୍ତ୍ରୀ ଶିକ୍ଷା ପୁରସ୍କାର”। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିୟମରେ ଏହି ପୁରସ୍କାର ପ୍ରଦାନ କରିଛନ୍ତି | ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟକୁ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳିଥିବା ଜଣା ପଡିଛି। ସେହିପରି ବିଦ୍ୟାଳୟର ସୁଶୀଲ କୁମାର ରଣାଙ୍କୁ ମଧ୍ୟ ପ୍ରଧାନ ଶିକ୍ଷକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳି ଥିବା ଜଣାପଡିଛି | ପ୍ରଧାନ ଶିକ୍ଷକଙ୍କ ସହିତ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ମଧ୍ୟ ଉପସ୍ଥିତ ରହି ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ସମୟରେ ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରୀଣୀ ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ବସନ୍ତ କୁମାର ନାୟକ, ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ବି.ଆର.ଟି. ସନ୍ତୋଷ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।ଏଥି ସଫଳତା ପାଇଁ ବଜ୍ରକୋଟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ପରିଚାଳନା କମିଟି, ଗ୍ରାମବାସୀ ବୃନ୍ଦ ମାନ୍ୟବର ମୁଖ୍ୟମନ୍ତ୍ରୀ, ମାନ୍ୟବର ଗଣ ଶିକ୍ଷା ବିଭାଗ ସଚିବ, ଗଣ ଶିକ୍ଷା ବିଭାଗ ମନ୍ତ୍ରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ରଣପୁର ବ୍ଲକର ୨୪ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଏହି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳିଥିବା ଜଣା ପଡିଛି | ଉଭୟ ଜିଲ୍ଲା ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରୀ ଓ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ଏହି ପୁରସ୍କାର ପାଇଥିବା ବିଦ୍ୟାଳୟ, ଶିକ୍ଷକ ଓ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି |
