• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ପ୍ରତିଷ୍ଠା ହେବ OISFର ତୃତୀୟ ଓ ଚତୁର୍ଥ ବାଟାଲିୟନ୍, ସୃଷ୍ଟି ହେବ ୧୯୪୪ଟି ନୂଆ ପଦବୀ

by Voice of Victims
July 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ୱର : ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ ହେବ ।  ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ OISF ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ଥିଲା । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା । ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ ପଦବୀ ସୃଷ୍ଟି ହେଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି । ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି । ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମାଝୀ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି ।

Post Views: 118
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In